ଦେଶରେ ପ୍ରଥମ ଖବରଦାତା କରୋନାରେ ହେଲେ ସଂକ୍ରମିତ

ଭୋପାଳ,୨୫।୩: ମଧ୍ୟପ୍ରଦେଶ ଭୋପାଳରେ ବୁଧବାର କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ମାମଲା ସାମ୍ନାକୁ ଆସିଛି। ଉକ୍ତ ସଂକ୍ରମିତ ରୋଗୀ ହେଉଛନ୍ତି ଜଣେ ଖବରଦାତା। ତେବେ ଭାରତରେ କରୋନା ଭାଇରସ୍‌ରେ ଜଣେ ଖବରଦାତା ସଂକ୍ରମିତ ହୋଇଥିବା ଘଟଣା ହେଉଛି ପ୍ରଥମ। ଯେଉଁ ଖବରଦାତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି ତାଙ୍କର ଯାଞ୍ଚ ଝିଅର ରିପୋର୍ଟ ପଜିଟିଭ୍‌ ଆସିବା ପରେ କରାଯାଇଥିଲା। ବୁଧବାର ଉକ୍ତ ପୀଡ଼ିତଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମାର୍ଚ୍ଚ ୨୦ରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥ ନିଜ ପଦରୁ ଇସ୍ତଫା ଦେବା ପାଇଁ ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏଥିରେ କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂହ ଓ କଂଗ୍ରେସର ବହୁ ବିଧାୟକଙ୍କ ସମେତ ୨୦୦ ଖବରଦାତା ସାମିଲ ହୋଇଥିଲେ। ଉକ୍ତ ସମ୍ମିଳନୀରୁ ଆସିବା ପରେ ଜଣେ ଖବରଦାତାଙ୍କ ଯାଞ୍ଚ ରିପୋର୍ଟରେ କରୋନା ପଜିଟିଭ୍‌ ମିଳିଥିଲା। ଏହି ଖବର ଜଣାପଡ଼ିବା ପରେ ସେଦିନ ସେଠାରେ ଉପସ୍ଥିତ ଥିବା ସମସ୍ତ ଖବରଦାତାଙ୍କୁ ସୁରକ୍ଷା ଦୃଷ୍ଟିରୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷେ ଏହି ଖବର ପ୍ରଘଟ ହେବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ନିଜକୁ ଆଇସୋଲେଶନ୍‌ରେ ରଖିଥିବା ସୂଚନା ମିଳିଛି। ସୂଚନା ମୁତାବକ ମଧ୍ୟପ୍ରଦେଶରେ ଏପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri