ଦେଶରେ ସଂକ୍ରମଣ ବୃଦ୍ଧି ହାର ସର୍ବନିମ୍ନ

ନୂଆଦିଲ୍ଲୀ,୨୬।୪(ପି.ଟି.): ଭାରତରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିଲାବେଳେ ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଛି। ଏବେ ସଂକ୍ରମିତ ମାମଲା ଦ୍ୱିଗୁଣିତ ହେବା ଲାଗି ୯ ଦିନରୁ ଅଧିକ ସମୟ ଲାଗୁଛି। ନୂଆ ମାମଲା ବୃଦ୍ଧି ହାର ୬ ପ୍ରତିଶତ ରହିଛି ଯାହା କି ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିବା ପରେ ଏହା ସର୍ବନିମ୍ନ ଦୈନିକ ବୃଦ୍ଧି ହାର ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ଉଚ୍ଚସ୍ତରୀୟ ମନ୍ତ୍ରୀଗୋଷ୍ଠୀ ବୈଠକରେ ରାଜ୍ୟଓ୍ବାରି କୋଭିଡ୍‌ ହସ୍ପିଟାଲ, ଆଇସୋଲେଶନ ବେଡ୍‌, ପିପିଇ କିଟ୍‌, ଏନ୍‌୯୫ ମାସ୍କ, ଔଷଧ, ଭେଣ୍ଟିଲେଟର, ଅକ୍ସିଜେନ୍‌ ସିଲିଣ୍ଡର ଆଦି ଉପରେ ଆଲୋଚନା କରାଯାଇଥିଲା। ଘରୋଇ ସଂସ୍ଥାଗୁଡ଼ିକ ପିପିଇ କିଟ୍‌ ଓ ମାସ୍କ ଉତ୍ପାଦନ ଆରମ୍ଭ କରିବା ପରେ ଏବେ ସେଗୁଡ଼ିକ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ହେଉଥିବା ମନ୍ତ୍ରୀଗୋଷ୍ଠୀକୁ ଅବଗତ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ଦେଶରେ ଦୈନିକ ୧ ଲକ୍ଷରୁ ଅଧିକ ପିପିଇ କିଟ୍‌ ଓ ଏନ୍‌୯୫ ମାସ୍କ ଉତ୍ପାଦନ ହେଉଛି। ସେହିପରି ଘରୋଇ କମ୍ପାନୀଗୁଡ଼ିକ ଭେଣ୍ଟିଲେଟର ଉତ୍ପାଦନ ଆରମ୍ଭ କରିଛନ୍ତି। ୯ଟି କମ୍ପାନୀକୁ ୫୯,୦୦୦ରୁ ଅଧିକ ଭେଣ୍ଟିଲେଟର ଯୋଗାଇବାକୁ ଅର୍ଡର ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର ୩.୧ ପ୍ରତିଶତ ରହିଥିବାବେଳେ ସୁସ୍ଥ ହେବା ହାର ୨୦ ପ୍ରତିଶତରୁ ଅଧିକ ରହିଛି। ଅନ୍ୟ ଅଧିକାଂଶ ଦେଶ ତୁଳନାରେ ଭାରତ ଭଲ ସ୍ଥିତିରେ ରହିଛି। ୫,୬୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। କରୋନା ମୁକାବିଲା ଦିଗରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ମନ୍ତ୍ରୀଗୋଷ୍ଠୀ ବୈଠକରେ ଆଲୋଚନା ହୋଇଥିଲା। ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଦାଦନ ଶ୍ରମିକ ଓ ଦିନମଜୁରିଆମାନଙ୍କୁ ଖାଦ୍ୟ ଯୋଗାଇବାରେ ବିଭିନ୍ନ କମିଟି ସମେତ ୯୨,୦୦୦ ଏନ୍‌ଜିଓ, ସ୍ବୟଂସହାୟକ ଗୋଷ୍ଠୀ ଓ ସିଭିଲ୍‌ ସୋସାଇଟି ସଂଗଠନ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri