ଦେଶରେ ସ୍ଥିତି ଅସମ୍ଭାଳ

ନୂଆଦିଲ୍ଲୀ, ୧୩ା୬: ମହାକାରୀ କରୋନା ସ୍ଥିତି ଅସମ୍ଭାଳ ଆଡ଼କୁ ଗତି କରୁଛି। ବିଶ୍ୱ ସହ ତାଳଦେଇ ଭାରତରେ ମଧ୍ୟ କରୋନା ରୋଗୀଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୩,୦୧,୫୭୯ରେ ପହଞ୍ଚିଥିବା ବେଳେ ୮,୫୫୩ ଜଣ ପ୍ରାଣ ହରାଇଲେଣି। ଶୁକ୍ରବାର ଗୋଟିଏ ଦିନରେ ୧୦, ୯୫୬ ନୂଆ ମାମଲା ସାମ୍ନାକୁ ଆସିଥିଲା। ପ୍ରାୟ ୭ ରାଜ୍ୟରେ ଉଗ୍ର ସଂକ୍ରମଣ ସ୍ଥିତି ଏବେ ମୁଣ୍ଡବିନ୍ଧାର କାରଣ ପାଲଟିଛି। ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ଟପିଥିବା ବେଳେ ରାଜଧାନୀ ଦିଲ୍ଲୀ, ତାମିଲନାଡ଼ୁ, ହରିୟାଣା, ପଶ୍ଚିମବଙ୍ଗ, ଜମ୍ମୁ-କଶ୍ମୀର ଓ ଉତ୍ତରପ୍ରଦେଶରେ ଉଗ୍ର ସଂକ୍ରମଣ ଦେଖିବାକୁ ମିଳିଛି। ଗତ ୧୦ ଦିନରେ ଏହି ରାଜ୍ୟଗୁଡ଼ିକରେ ସହସ୍ରାଧିକ ମାମଲା ସାମ୍ନାକୁ ଆସିଛି। ଦିଲ୍ଲୀରେ ପ୍ରତିଦିନ ୧୨ଶହରୁ ୧୪ଶହ ନୂଆ ମାମଲା ନଜର ଆସୁଛି। ତାମିଲନାଡ଼ୁରେ ମଧ୍ୟ ସମାନ ସ୍ଥିତି। ଗୁରୁବାର ଏଠାରେ ରେକର୍ଡ ୧,୯୨୭ ନୂଆ ମାମଲା ଦେଖିବାକୁ ମିଳିଥିଲା। ହରିୟାଣା ଓ ଜମ୍ମୁ-କଶ୍ମୀର ସ୍ଥିତି ଖରାପ ହେବାରେ ଲାଗିଛି। ଉତ୍ତରପ୍ରଦେଶ ତାଲିକାର ପଞ୍ଚମ ସ୍ଥାନକୁ ଉଠିଛି।
ଏହା ବ୍ୟତୀତ ମହାରାଷ୍ଟ୍ରରେ ସର୍ବାଧଇକ ୩,୭୧୭ ଜଣଙ୍କ ମୃତ୍ୟୁୁ ଘଟିଛି। ତାମିଲନାଡ଼ୁରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ଟପିଥିବା ବେଳେ ମୃତ୍ୟୁସଂଖ୍ୟା ୩୬୭ରେ ପହଞ୍ଚିଛି। ଦିଲ୍ଲୀରେ ୩୪,୬୫୪, ଗୁଜରାଟରେ ୨୨, ୫୬୨, ଉତ୍ତରପ୍ରଦେଶରେ ୧୨, ୦୮୮, ରାଜସ୍ଥାନରେ ୧୧, ୯୩୦, ମଧ୍ୟପ୍ରଦେଶରେ ୧୦,୨୪୧ ଓ ପଶ୍ଚିମବଙ୍ଗରେ ୧୦,୨୪୪ ସଂକ୍ରମିତ ଥିବା ଜଣାପଡ଼ିଛି। କ୍ରମଶଃ ରୋଗୀ ସଂଖ୍ୟା ବଢ଼ୁଥଇବା ବେଳେ ଏହା ଚିନ୍ତାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri