ଦେଶରେ ୨୩, ଓଡ଼ିଶାରେ ୨ ନକଲି ବିଶ୍ୱବିଦ୍ୟାଳୟ: ଉତ୍ତରପ୍ରଦେଶରେ ସର୍ବାଧିକ ୮, ଦିଲ୍ଲୀରେ ୭

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ମଞ୍ଜୁରୀ କମିଶନ(ୟୁଜିସି) ମଙ୍ଗଳବାର ନକଲି ବିଶ୍ୱବିଦ୍ୟାଳୟ ସଂକ୍ରାନ୍ତ ତଥ୍ୟ ପ୍ରକାଶ କରିଛି। ଦେଶରେ ନିଜସ୍ବ ଢଙ୍ଗରେ ୨୩ ନକଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟ କରୁଛି। ଉତ୍ତରପ୍ରଦେଶରେ ସର୍ବାଧିକ ୮ ନକଲି ବିଶ୍ୱବିଦ୍ୟାଳୟ ରହିଥିବାବେଳେ ଏହି ତାଲିକାରେ ରାଜଧାନୀ ଦିଲ୍ଲୀର ୭ ବିଶ୍ୱବିଦ୍ୟାଳୟ ରହିଛି। ତେବେ ନକଲି ବିଶ୍ୱବିଦ୍ୟାଳୟ ତାଲିକାରୁ ବାଦ୍‌ ପଡ଼ିନି ଓଡ଼ିଶା। ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ଚାଲୁଥିବା ୟୁଜିସି ତଥ୍ୟରୁ ଜଣାପଡ଼ିଛି। ରାଉରକେଲା ଶକ୍ତିନଗରସ୍ଥିତ ନବଭାରତ ଶିକ୍ଷା ପରିଷଦ ଓ ବାରିପଦାଠାରେ ରହିଥିବା ଉତ୍ତର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ନକଲି ଥିବା ଜଣାପଡ଼ିଛି। ସେହିପରି ପଶ୍ଚିମବଙ୍ଗରେ ୨, କର୍ନାଟକରେ ୨, ମହାରାଷ୍ଟ୍ରରେ ୧, ପଣ୍ଡିଚେରୀରେ ୧ ବିଶ୍ୱବିଦ୍ୟାଳୟ ନକଲି ରହିଛି। ଏସବୁ ବିଶ୍ୱବିଦ୍ୟାଳୟରେ ନାମ ନ ଲେଖାଇବା ପାଇଁ ୟୁଜିସି ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri