ଦେଶରେ ୬୦ ହଜାର ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମଣ ଏବେ ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ୧୦ ଦିନରେ ସଂକ୍ରମିତଙ୍କ ସଂଖ୍ୟା ଦୁଇଗୁଣ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୩,୩୨୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୯୫ ଜଣଙ୍କର ମୃତ୍ୟୁ ହୋଇଥିବା କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ଶନିବାର ସକାଳ ସୁଦ୍ଧା ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୫୯,୬୬୨। ଏମାନଙ୍କ ମଧ୍ୟରୁ ୩୯,୮୩୪ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୧୭,୮୪୭ ଜଣ ସୁସ୍ଥ ହୋଇ ସାରିଲେଣି ଓ ୧,୯୮୧ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୧୯,୦୬୩। ସେହିପରି ଗୁଜରାଟରେ ୭,୪୦୨ ଓ ଦିଲ୍ଲୀରେ ୬,୩୧୮ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। କରୋନା ସଂକ୍ରମଣକୁ କମାଇବାକୁ ଦେଶରେ ମେ’ ୧୭ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଛି।

Share