Categories: ଜାତୀୟ

ଦେଶର ଅର୍ଥ ବ୍ୟବସ୍ଥାକୁ ଖରାପ କରିବା ପାଇଁ ମଧ୍ୟ ବୁଦ୍ଧି ଆବଶ୍ୟକ: ସୁବ୍ରମଣ୍ୟମ୍‌ ସ୍ବାମୀ

ନୂଆଦିଲ୍ଲୀ,୧୯।୧: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା ଜାରି ରହିଛି। ତେବେ ଭାଜପା ସଦସ୍ୟ ସୁବ୍ରମଣ୍ୟମ୍‌ ସ୍ବାମୀ ଦେଶରେ ଲାଗି ରହିଥିବା ଆର୍ଥିକ ମାନ୍ଦାବସ୍ଥା ନେଇ ସରକାରଙ୍କୁ ବ୍ୟଙ୍ଗ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ସାଧାରଣତଃ ମାନ୍ଦାସ୍ଥିତି ବେଳେବେଳେ ଦେଶରେ ଦେଖାଦେଇଥାଏ। ତେବେ ଭାରତରେ ସମ୍ପ୍ରତି ଦେଖାଦେଇଥିବା ଆର୍ଥିକ ସ୍ଥିତି ପୂର୍ବରୁ କେବେ ଦେଖା ନ ଥିଲା। ଦେଶର ଅର୍ଥ ବ୍ୟବସ୍ଥାକୁ ଖରାପ କରିବା ପାଇଁ ମଧ୍ୟ ବୁଦ୍ଧି ଆବଶ୍ୟକ ବୋଲି ସେ ବ୍ୟଙ୍ଗ କରିଛନ୍ତି। ଏବେ ଏହାକୁ ନେଇ ଚର୍ଚ୍ଚା ଜାରି ରହିଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ଭାରତୀୟ ନୋଟ୍‌ରେ ଧନଦାତ୍ରୀ ମା ଲକ୍ଷ୍ମୀଙ୍କର ଫଟୋ ଛାପିଲେ ଏହା ଡଲାର ତୁଳନାରେ ଆଉ ହ୍ରାସ ପାଇବ ନାହିଁ ବୋଲି କହିଥିଲେ।

Share