ମୁମ୍ବାଇ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ସାରା ଦେଶର ନଜର ଥିବା ବେଳେ ପୁଣିଥରେ ବିଜୟ ଦ୍ୱାରରେ ଠିଆ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। କିଛି ଆସନର ଫଳାଫଳ ଆସିଥିବା ବେଳେ ଏଏପି ଏଥର ବହୁମତରେ ବିଜୟ ଲାଭ କରିବ ବୋଲି ସ୍ପଷ୍ଟ ବାରି ହୋଇପଡୁଛି। ଏହାକୁ ଦେଖି ଏବେ କେଜରିଓ୍ବାଲଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଏଏପିର ସଫଳତାକୁ ନେଇ କେଜରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଉଦ୍ଧବ ଏହାସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କିହିଛନ୍ତି, ଦେଶ ଚାଲିବ ‘ଜନ୍ କି ବାତ୍’ରେ ନୁହେଁ ‘ମନ୍ କି ବାତ୍’ରେ। ଅର୍ଥାତ୍ ମୋଦିଙ୍କ ‘ମନ୍ କି ବାତ୍’କୁ ସେ ସିଧାସଳଖ ଟାର୍ଗେଟ କରି ଏହା କହିଛନ୍ତି। ଭାଜପା କେଜରିଓ୍ବାଲଙ୍କୁ ଜଣେ ଆତଙ୍କବାଦୀ ବୋଲି କହିଲା ସତ ହେଲେ ତାଙ୍କୁ ହରାଇ ପାରିଲେନି ବୋଲି ଉଦ୍ଧବ ମତ ରଖିଛନ୍ତି।
ଦେଶ ଚାଲିବ‘ଜନ୍ କି ବାତ୍’ରେ ନୁହେଁ ‘ମନ୍ କି ବାତ୍’ରେ : ଉଦ୍ଧବ
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…
ଟିଏମ୍ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ
ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…
ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର
ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…
କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ
ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…
ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା
ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…
ଆଇସିସି ପ୍ଲେୟର ଅଫ୍ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି
ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍ ଦି ମନ୍ଥ୍ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍ସନ ଏବଂ ପେସ୍ ବୋଲର…
ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ
ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…
Archives

