‘ଦେଶ ପ୍ରଗତିର ପ୍ରତିବନ୍ଧକ ଦୁର୍ନୀତି’

ନବରଙ୍ଗପୁର, (ବି.ପ୍ର.)/ରାୟଗଡ଼ା ଅଫିସ, ୨୭।୧୦:ଦେଶର ଆର୍ଥିକ ରାଜନୈତିକ ଏବଂ ସାମାଜିକ ପ୍ରଗତି ପଥରେ ଦୁର୍ନୀତି ହିଁ ସବୁଠୁ ବଡ଼ ପ୍ରତିବନ୍ଧକ। ଦୁର୍ନୀତିର ମୂଳପ୍ଲାଟନ ନିମନ୍ତେ ସମସ୍ତ ଅଂଶୀଦାର ହେବା ଜରୁରୀ। ପ୍ରତ୍ୟେକ ନାଗରିକ ସବୁ ସମୟରେ ସତର୍କତା, ସାଧୁତା ଓ ସତ୍ୟନିଷ୍ଠାରେ ରହି ଦୁର୍ନୀତି ବିରୋଧରେ ଲଢିବା ଜରୁରୀ ବୋଲି ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ନବରଙ୍ଗପୁର ଜିଲାପାଳ ଡ. ଅଜିତ୍‌ କୁମାର ମିଶ୍ର କହିଛନ୍ତି। ଏଥିସହ ଜିଲାପାଳଙ୍କ ଅଫିସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନାଗରିକଙ୍କ ପାଇଁ ସାଧୁତାର ଶପଥ ପାଠ କରାଇଥିଲେ। ଏହି ଶପଥ ପାଠ ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ସମସ୍ତ ଡେପୁଟି ଜିଲାପାଳ, ସହାୟକ ଜିଲାପାଳ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିହାଲ, ଜିଲା କ୍ରୀଡା ଓ ସଂସ୍କୃତି ଅଧିକାରୀ ମହେନ୍ଦ୍ର ସାହୁ, ଜିଲାପାଳଙ୍କ ବ୍ୟକ୍ତିଗତ ସହାୟକ ଏ.ସୁରେଶ, ଜିଲା ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଅଧିକାରୀ ବିଶ୍ୱ ରଞ୍ଜନ ଭୁକ୍ତାଙ୍କ ସହିତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।
ସେହିଭଳି ରାୟଗଡ଼ା ଜିଲାପାଳଙ୍କ ଅଫିସରେ ମଧ୍ୟ ଏକ ଏହି ଉପଲକ୍ଷେ ଏକ ଶପଥ ପାଠ କାର୍ଯ୍ୟକ୍ରମ କରାଯାଇଛି। ଅତିରିକ୍ତ ଜିଲାପାଳ ସମୋନାଥ ପ୍ରଧାନ କାର୍ଯ୍ୟାଳୟର ସମସ୍ତ ପଦାଧୀକାରୀ, କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ। କୌଣସି ପ୍ରକାର ଦୁର୍ନତିକୁ ପ୍ରଶୟ ଦିଅନ୍ତୁ ନାହିଁ ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଡେପୁଟି ଜିଲାପାଳ ନାରାୟଣ ମିଶ୍ର, ସହକାରୀ ଜିଲାପାଳ (ରାଜସ୍ବ) ଦିବାକର ପାତ୍ର, ଜିଲା ସ୍ବଳ୍ପ ସଞ୍ଚୟ ଅଧିକାରୀ ଧ୍ରୁବରାଜ ନାୟକ, କ୍ରୀଡାଧିକାରୀ ଶେଖ ଅଲନୁର, ଜିଲା ସମାଜ କଲ୍ୟାଣ ଅଧିକାରୀ ଜାଜ୍ଞାସେନୀ ବେହେରା, ଅଫିସ୍‌ ସୁପରିଣ୍ଟେଣ୍ଡେଣ୍ଟ ବୁସିଗ୍ରାମ ଶବର, ବିଭିନ୍ନ ସେକ୍ସନ ଅଫିସର ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri