ଦୈତ ନଗରୀରେ କଡ଼ା କଟକଣା: ଅଯଥା ଯାତାୟାତ ରୋକିବାକୁ ନିଆଗଲା ପଦକ୍ଷେପ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳ କଟକରୁ ଜଣେ ପଜିଟିଭି ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ଆଶଙ୍କାକୁ ଏଡ଼ାଇବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଟୁଇନ୍‌ ସିଟିରେ ଅଯଥା ଯାତାୟତ ରୋକିବାକୁ କଠୋର ପଦକ୍ଷେପ ନିଆଯାଇଥିବା ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏ ବାହାରକୁ ବାହାରିବା ମନା। ଏହି ସମୟରେ କର୍ଫ୍ୟୁ ଭଳି ସ୍ଥିତି ରହିବ ବୋଲି ସେ କହିଛନ୍ତି।
ଆସନ୍ତା ୧୭ ତାରିଖ ଲକ୍‌ଡାଉନ ଶେଷ ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ। କଟକଣା ଭଙ୍ଗକଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି। କରୋନା ସଂକ୍ରମଣରୁ ମୁକ୍ତି ପାଇଁ କଟକଣା ମାନିବାକୁ କମିଶନରେଟ ପୋଲିସ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri