ଦୈନନ୍ଦିନ ଜୀବନରେ ସ୍ବଚ୍ଛତାକୁ ସାମିଲ କର

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣ ଅଭିଯାନ ବର୍ତ୍ତମାନ ଜନ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଲୋକଙ୍କୁ ଏକ ସୁସ୍ଥ ବାତାବରଣ ପ୍ରଦାନ କରିବାର ମାଧ୍ୟମ ହୋଇପାରିଛି। ପ୍ରଦୂଷଣ ପ୍ରତିହତ କରିବା, ପ୍ଲାଷ୍ଟିକ୍‌ ନିଷିଦ୍ଧ, ବର୍ଜ୍ୟବସ୍ତୁ ପରିଚାଳନାକୁ ସୁଚାରୁ ଭାବେ ତୁଲାଇଲେ ହିଁ ପରିବେଶ ସ୍ବଚ୍ଛ ରହିବ। ପରିବେଶ ସ୍ବଚ୍ଛ ରଖିବାକୁ ହେଲେ ଆମକୁ ସ୍ବଚ୍ଛତାକୁ ନିଜ ଦୈନନ୍ଦିନ ଜୀବନରେ ଏକ ମନ୍ତ୍ର ଭାବେ ମାନି କାର୍ଯ୍ୟ କରିବାକୁ ପଡ଼ିବ ବୋଲି ପଞ୍ଚାୟତିରାଜ, ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।
ଶୁକ୍ରବାର କିମ୍‌ସ ସମ୍ମିଳନୀ କକ୍ଷରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ବଚ୍ଛ ସର୍ବେକ୍ଷଣ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଜେନା କହିଥିଲେ, ଓଡ଼ିଶାକୁ ସ୍ବଚ୍ଛ ଓ ସୁସ୍ଥ ଭାବେ ଗଢ଼ିବା ପାଇଁ ଆମକୁ ଏକତ୍ରିତ ହେବାକୁ ପଡ଼ିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ମନ୍ତ୍ରକୁ ଅନୁସରଣ କରି କାର୍ଯ୍ୟ କରିବାକୁ ପଡ଼ିବ। ଲୋକଙ୍କୁ ଖୁବ୍‌ଶୀଘ୍ର ଗୁଣାତ୍ମକ ସେବା ପ୍ରଦାନ ନିମନ୍ତେ ଏହି ୫ ‘ଟି’ ନୀତି ଅବଲମ୍ବନ କରାଯାଇଛି। ଏହି ଅବସରରେ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)କୁ ପୁନର୍ବାର ରାଜ୍ୟର ପ୍ରଥମ ବାହ୍ୟ ମଳମୁକ୍ତ ପ୍ଲସ ପ୍ଲସ (ଓଡିଏଫ ++) ମହାନଗର ଭାବେ ପୁରସ୍କୃତ କରାଯାଇଛି। ମନ୍ତ୍ରୀ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ବିଏମ୍‌ସି ପକ୍ଷରୁ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ବସ୍ତି ଉନ୍ନୟନ ଅଧିକାରୀ ଈପସିତା ପ୍ରିୟଦର୍ଶନୀ ମିଶ୍ର ଏବଂ ଅନ୍ୟ ଅଧିକାରୀମାନେ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ପୂର୍ବରୁ ୨୦୧୮ ଅକ୍ଟୋବରରେ ବ୍ରହ୍ମପୁରକୁ ରାଜ୍ୟର ପ୍ରଥମ ବାହ୍ୟମଳମୁକ୍ତ ସହର ଭାବେ ଘୋଷଣା କରାଯାଇଥିଲା। ୨୦୧୯ ଜାନୁୟାରୀ ୬ରେ ରାଜ୍ୟର ପ୍ରଥମ ବାହ୍ୟ ମଳମୁକ୍ତ ମହାନଗର ଭାବେ ବ୍ରହ୍ମପୁର ସରକାରଙ୍କ ଦ୍ୱାରା ପୁରସ୍କୃତ ହୋଇଥିଲା। କାର୍ଯ୍ୟକ୍ରମରେ ଜାତୀୟ ସ୍ବଚ୍ଛ ଭାରତ ମିଶନ ନିର୍ଦ୍ଦେଶକ ବିନୋଦ କୁମାର ଜିନ୍ଦଲ, ନଗର ଉନ୍ନୟନ ବିଭଗ ପ୍ରମୁଖ ଶାସନ ସଚିବ ଜି. ମାଥିଭାଥନନ, ବିଭାଗୀୟ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକଙ୍କ ସମେତ ବିଭିନ୍ନ ପୌରସଂସ୍ଥା ଓ ନଗର ନିଗମ ଅଧିକାରୀ, ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?