ଦୈନିକ ୧ଲକ୍ଷ ୮ହଜାର ୪୩୨ ନମୁନା ପରୀକ୍ଷଣ: ୧୫,୮୯୨ ଟିଏମ୍‌ସିରେ ୭,୦୨,୯୦୦ ଶଯ୍ୟା

ଭୁବନେଶ୍ୱର, ୨୨।୫ (ବ୍ୟୁରୋ): ବାହାର ରାଜ୍ୟରୁ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ପରେ ପଞ୍ଚାୟତ ଓ ମ୍ୟୁନିସିପାଲିଟିରେ ହୋଇଥିବା ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମ୍‌ସି)ରେ କ୍ୱାରାଣ୍ଟାଇନ୍‌ରେ ରଖାଯାଉଛି। ବିଶେଷକରି ଗ୍ରାମାଞ୍ଚଳରେ କ୍ବାରାଣ୍ଟାଇନ୍‌ ସ୍ବାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୫,୮୯୨ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୭,୦୨,୯୦୦ ଶଯ୍ୟାର ବ୍ୟବସ୍ଥା କରାଯାଇଛି। ଏମାନଙ୍କ ପାଇଁ ସ୍ବତନ୍ତ୍ର ନିୟମ ଓ କଟକଣା କରାଯାଇଛି। ତେବେ ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ମେ ୨୦ରୁ ୨୧ ତାରିଖ ୨୪ ଘଣ୍ଟା ମଧ୍ୟରେ ୮ଟି ମାମଲା ଦାଏର କରାଯାଇଛି। ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ ଓ ବିଭିନ୍ନ ଅଭିଯୋଗରେ ୨୪ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଏବେ ଦୈନିକ ୩ହଜାରରୁ ଊର୍ଦ୍ଧ୍ୱ ନମୁନା ପରୀକ୍ଷଣ କରାଯାଉଛି। ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ୧ଲକ୍ଷ ୮ହଜାର ୪୩୨ ନମୁନା ପରୀକ୍ଷା କରାଯାଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରେସ୍‌ ବିବୃତିରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri