ଦୋକାନୀଙ୍କୁ ତାଗିଦ୍‌, ସାମାଜିକ ଦୂରତ୍ୱ ନ ରଖିଲେ କାର୍ଯ୍ୟାନୁଷ୍ଠାନ: ବାଲେଶ୍ୱର ଜିଲାପାଳ

ବାଲେଶ୍ୱର ଅଫିସ, ୭।୪-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଓ ଜନସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାମାଜିକ ଦୂରତ୍ୱ କଟକଣାକୁ କଡ଼ାକଡ଼ି କରାଯାଇଛି। ଅନେକ ସମୟରେ ଏଥିରେ ବ୍ୟତିକ୍ରମ ସହ ଏହାର ଖୋଲାଖୋଲି ଉଲ୍ଲଂଘନ ହେଉଥିବା ଲକ୍ଷ୍ୟ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟ ତରଫରୁ ସାମାଜିକ ଦୂରତ୍ୱ ପାଇଁ ଜାରି ହୋଇଥିବା ଗାଇଡ଼ଲାଇନର କଡ଼ାକଡ଼ି ଅନୁପାଳନ ପାଇଁ ଆଦେଶନାମା ଜାରି କରାଯାଇଛି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଛନ୍ତି ଯେ, ଗ୍ରସୋରି, ପନିପରିବା, କ୍ଷୀର, ଔଷଧ ସମେତ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ଦୋକାନଗୁଡ଼ିକ କିଣାବିକା ସମୟରେ ଦୋକାନ ବାହାରେ ଓ ଭିତରେ ଗ୍ରାହକମାନଙ୍କ ମଧ୍ୟରେ ଯେପରି ସାମାଜିକ ଦୂରତା ବଜାୟ ରହେ ତାହା ସୁନିଶ୍ଚିତ କରିବେ। ଏହା ସମ୍ପୂର୍ଣ୍ଣ ଭାବେ ଦୋକାନୀମାନଙ୍କ ଦାୟିତ୍ୱ ବୋଲି ସ୍ପଷ୍ଟ କରାଯାଇଛି । ଦୋକାନ ମାଲିକ ଓ ବ୍ୟବସାୟୀମାନେ ଦୋକାନ ବାହାରେ ସ୍ଥାୟୀ ଗୋଲାକାର ଓ ବର୍ଗାକାର କ୍ଷେତ୍ର ଚିହ୍ନିତ କରିବା ସହିତ ସେଗୁଡ଼ିକ ମଧ୍ୟରେ ଯେପରି ୨ମିଟର ବ୍ୟବଧାନ ରହେ ସେଥିଲାଗି ବ୍ୟବସ୍ଥା କରିବେ ଏବଂ ଗ୍ରାହକମାନେ ଯେପରି ଧାଡ଼ିରେ ଆସନ୍ତି ସେ ଦିଗରେ ପଦକ୍ଷେପ ନେବେ। ଏହି ଆଦେଶର ଅବମାନନା କଲେ ସ୍ଥାନୀୟ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ, ପୌରାଞ୍ଚଳ ନିର୍ବାହୀ ଅଧିକାରୀ, ଏନଫୋର୍ସମେଣ୍ଟ ଟିମ୍‌ ଅଥବା ପୋଲିସ ଦ୍ୱାରା ଉକ୍ତ ଦୋକାନକୁ ବନ୍ଦ ବା ସିଲ୍‌ କରି ଦିଆଯିବ। ଦୋକାନ ସିଲ୍‌ କରାଯିବା ପରେ ଏ ସଂକ୍ରାନ୍ତରେ ଜିଲାପାଳଙ୍କୁ ଏକ ରିପୋର୍ଟ ପ୍ରଦାନ କରାଯାଇ ଖିଲାପକାରୀ ଦୋକାନ ମାଲିକଙ୍କ ବିରୋଧରେ ମାମଲା ରୁଜୁ କରାଯିବ। ଜିଲା ପ୍ରଶାସନ ପକ୍ଷରୁ ଏନେଇ କଡ଼ା ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri