ବାରିପଦା ଅଫିସ, ୫ା୫- ଗ୍ରୀନ ଜୋନ୍ରେ ଥିବା ମୟୂରଭଞ୍ଜ ଜିଲାରେ ଅଣ ଅତ୍ୟାବଶ୍ୟକୀୟ ଦୋକାନ ଖୋଲିବାକୁ ପ୍ରଶାସନ ଅନୁମତି ଦେଇଛି। ସକାଳ ୭ଟାରୁ ଅପରାହ୍ନ ୨ଟା ଯାଏ ଏହି ଦୋକାନ ସବୁ ଖୋଲା ଯିବାକୁ ଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସବୁ ସମୟରେ ଖୋଲାଯିବ ବୋଲି ଜିଲା ପ୍ରଶାସନ ନିର୍ଦ୍ଦେଶନାମା ଜାରି କରିଛି। ରାଜ୍ୟ ସରକାର ଗ୍ରୀନ ଜୋନ୍ରେ ସେଲୁନ ଓ ସ୍ପା ଖୋଲିବା ପାଇଁ ଅନୁମତି ଦେଇଥିବା ବେଳେ ମୟୂରଭଞ୍ଜ ଜିଲାରେ ଏହି ଦୋକାନ ଖୋଲିବ କି ନାହିଁ ପ୍ରଶାସନ ସ୍ପଷ୍ଟ କରି ନାହିଁ। ଏନେଇ ସେଲୁନ ମାଲିକମାନେ ଦ୍ୱନ୍ଦରେ ପଡ଼ିଛନ୍ତି। ସୋମବାର କିଛି ସେଲୁନ ଖୋଲାଯାଇଥିବା ବେଳେ ପୋଲିସ ଏହାକୁ ବନ୍ଦ କରି ଦେଇଥିଲା। ପୋଲିସ କର୍ମଚାରୀମାନେ ସେଲୁନ ଖୋଲାଯାଇପାରିବ ନାହିଁ ବୋଲି କହି ବିଭିନ୍ନ ସ୍ଥାନରେ ବନ୍ଦ କରି ଦେଇଥିଲେ। ଏହାକୁ ନେଇ ଦ୍ୱନ୍ଦ୍ୱ ଦେଖା ଦେଇଥିବାରୁ ସେଲୁନ ମାଲିକମାନେ ଅନିଶ୍ଚିତତାରେ ରହୁଛନ୍ତି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାନାମା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଜିଲାରେ କାର୍ଯ୍ୟକାରୀ ହେବ। ବିନା ପରିମିଟ୍ରେ ଆନ୍ତଃରାଜ୍ୟ ବସ୍ ଚଳାଚଳ ଏବଂ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଅନ୍ଲାଇନରେ ଶିକ୍ଷା ଦାନ କରାଯିବ। ଗ୍ରୀନ ଜୋନ୍ରେ ଯାହା କଟକଣା ରହିଛି ତାହାକୁ ପାଳନ କରାଯିବ ବୋଲି ନିର୍ଦ୍ଦେଶାନାମାରେ ଉଲ୍ଲେଖ କରାଯାଇଛି। ସମସ୍ତ ଦୋକାନ ଖୋଲାଯିବା ପାଇଁ ନିୟମ ଥିବା ବେଳେ ସାମଜିକ ଦୂରତ୍ୱକୁ ପାଳନ କରିବା ପାଇଁ ନିର୍ଦ୍ଦେଶ ରହିଛି। ଦୋକାନର କର୍ମଚାରୀମାନେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଗ୍ରସେରି ଦୋକାନ, ମିଲକ ବୁଥ୍, ମେଡ଼ିସିନ ଦୋକାନ ବ୍ୟତୀତ ଅନ୍ୟ ସବୁ ଦୋକାନ ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲାରହିବ। ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଲୋକମାନେ ବିଭିନ୍ନ ସାମଗ୍ରୀ ପାଇଁ ଯାଇପାରିବେ। ସନ୍ଧ୍ୟା ୭ଟା ପରେ ଯଦି କୌଣସି ବ୍ୟକ୍ତି ଅନାବଶ୍ୟକ ଭାବେ ବୁଲାବୁଲି କରୁଥିବା ନଜରକୁ ଆସିବ ତାହେଲେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୬୫ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତି, ଗର୍ଭବତୀ ମହିଳା ଏବଂ ୧୦ ବର୍ଷରୁ କମ୍ ଶିଶୁମାନେ ଘରେ ରହିବା ପାଇଁ କୁହାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ଜିଲାରେ କରୋନା ସନ୍ଦେହରେ ୧୮୧୮ ଜଣଙ୍କ ସ୍ବାବ୍ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିରୁ ୧୬୯୨ ଜଣଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବା ବେଳେ ୧୨୬ଟି ରିପୋର୍ଟ ଅପେକ୍ଷାରେ ରହିଛି।
ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…
ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,
ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…
ଘରର ଲାଇନ୍ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…
ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…
କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ
ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…
ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ
ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…
ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫
ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…
Archives

