ଦୋକାନ ଖୋଲିବାକୁ ଅନୁମତି ଦେଲା ପ୍ରଶାସନ: ଦ୍ୱନ୍ଦ୍ୱରେ ସେଲୁନ୍‌ ଦୋକାନୀ

ବାରିପଦା ଅଫିସ, ୫ା୫- ଗ୍ରୀନ ଜୋନ୍‌ରେ ଥିବା ମୟୂରଭଞ୍ଜ ଜିଲାରେ ଅଣ ଅତ୍ୟାବଶ୍ୟକୀୟ ଦୋକାନ ଖୋଲିବାକୁ ପ୍ରଶାସନ ଅନୁମତି ଦେଇଛି। ସକାଳ ୭ଟାରୁ ଅପରାହ୍ନ ୨ଟା ଯାଏ ଏହି ଦୋକାନ ସବୁ ଖୋଲା ଯିବାକୁ ଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସବୁ ସମୟରେ ଖୋଲାଯିବ ବୋଲି ଜିଲା ପ୍ରଶାସନ ନିର୍ଦ୍ଦେଶନାମା ଜାରି କରିଛି। ରାଜ୍ୟ ସରକାର ଗ୍ରୀନ ଜୋନ୍‌ରେ ସେଲୁନ ଓ ସ୍ପା ଖୋଲିବା ପାଇଁ ଅନୁମତି ଦେଇଥିବା ବେଳେ ମୟୂରଭଞ୍ଜ ଜିଲାରେ ଏହି ଦୋକାନ ଖୋଲିବ କି ନାହିଁ ପ୍ରଶାସନ ସ୍ପଷ୍ଟ କରି ନାହିଁ। ଏନେଇ ସେଲୁନ ମାଲିକମାନେ ଦ୍ୱନ୍ଦରେ ପଡ଼ିଛନ୍ତି। ସୋମବାର କିଛି ସେଲୁନ ଖୋଲାଯାଇଥିବା ବେଳେ ପୋଲିସ ଏହାକୁ ବନ୍ଦ କରି ଦେଇଥିଲା। ପୋଲିସ କର୍ମଚାରୀମାନେ ସେଲୁନ ଖୋଲାଯାଇପାରିବ ନାହିଁ ବୋଲି କହି ବିଭିନ୍ନ ସ୍ଥାନରେ ବନ୍ଦ କରି ଦେଇଥିଲେ। ଏହାକୁ ନେଇ ଦ୍ୱନ୍ଦ୍ୱ ଦେଖା ଦେଇଥିବାରୁ ସେଲୁନ ମାଲିକମାନେ ଅନିଶ୍ଚିତତାରେ ରହୁଛନ୍ତି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାନାମା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଜିଲାରେ କାର୍ଯ୍ୟକାରୀ ହେବ। ବିନା ପରିମିଟ୍‌ରେ ଆନ୍ତଃରାଜ୍ୟ ବସ୍‌ ଚଳାଚଳ ଏବଂ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଅନ୍‌ଲାଇନରେ ଶିକ୍ଷା ଦାନ କରାଯିବ। ଗ୍ରୀନ ଜୋନ୍‌ରେ ଯାହା କଟକଣା ରହିଛି ତାହାକୁ ପାଳନ କରାଯିବ ବୋଲି ନିର୍ଦ୍ଦେଶାନାମାରେ ଉଲ୍ଲେଖ କରାଯାଇଛି। ସମସ୍ତ ଦୋକାନ ଖୋଲାଯିବା ପାଇଁ ନିୟମ ଥିବା ବେଳେ ସାମଜିକ ଦୂରତ୍ୱକୁ ପାଳନ କରିବା ପାଇଁ ନିର୍ଦ୍ଦେଶ ରହିଛି। ଦୋକାନର କର୍ମଚାରୀମାନେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଗ୍ରସେରି ଦୋକାନ, ମିଲକ ବୁଥ୍‌, ମେଡ଼ିସିନ ଦୋକାନ ବ୍ୟତୀତ ଅନ୍ୟ ସବୁ ଦୋକାନ ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲାରହିବ। ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଲୋକମାନେ ବିଭିନ୍ନ ସାମଗ୍ରୀ ପାଇଁ ଯାଇପାରିବେ। ସନ୍ଧ୍ୟା ୭ଟା ପରେ ଯଦି କୌଣସି ବ୍ୟକ୍ତି ଅନାବଶ୍ୟକ ଭାବେ ବୁଲାବୁଲି କରୁଥିବା ନଜରକୁ ଆସିବ ତାହେଲେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୬୫ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତି, ଗର୍ଭବତୀ ମହିଳା ଏବଂ ୧୦ ବର୍ଷରୁ କମ୍‌ ଶିଶୁମାନେ ଘରେ ରହିବା ପାଇଁ କୁହାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ଜିଲାରେ କରୋନା ସନ୍ଦେହରେ ୧୮୧୮ ଜଣଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିରୁ ୧୬୯୨ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବା ବେଳେ ୧୨୬ଟି ରିପୋର୍ଟ ଅପେକ୍ଷାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri