ଦୋକାନ ଦ୍ୱନ୍ଦ୍ୱ ଦୂର କଲେ ବିଏମ୍‌ସି କମିଶନର: ଏକାଠି ୫ରୁ ଅଧିକ ଦୋକାନ ନ ଥିବା ମାର୍କେଟ ଖୋଲି ପାରିବ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କେଉଁ ଦୋକାନ ଖୋଲିବ ଓ କେଉଁ ଦୋକାନ ବନ୍ଦ ରହିବ ସେ ନେଇ ଦ୍ୱନ୍ଦ୍ୱ ଲାଗିରହିଥିଲା। ଗୁରୁବାର ଏହି ଦ୍ୱନ୍ଦ୍ୱ ଦୂର କରିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ସେ କହିଛନ୍ତି, ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ମାତ୍ର ସପିଙ୍ଗ ମଲ୍‌ ଏବଂ ମାର୍କେଟ କମ୍ପେଲକ୍ସ ଖୋଲିବ ନାହିଁ। ଯେଉଁଠି ଗୋଟିଏ ବିଲ୍‌ଡିଂରେ ୫ରୁ ଅଧିକ ଦୋକାନ ଥିବ ସେହି କମ୍ପ୍ଲେକ୍ସ ଖୋଲିବ ନାହିଁ। ଏକାଠି ୫ରୁ ଅଧିକ ଦୋକାନ ନ ଥିବା ମାର୍କେଟ ଖୋଲି ପାରିବ।  ଚା, ପାନ, ଗୁଟ୍‌ଖା, ସେଲୁନ, ସ୍ପା, ଜିମ୍‌, ମସାଜ ସେଣ୍ଟର ଆଦି ଖୋଲିପାରିବ ନାହିଁ।
ସେ ଆହୁରି ମଧ୍ୟ କହିଛନ୍ତି, ରେଷ୍ଟୁରାଣ୍ଟ ଖୋଲିବ। କିନ୍ତୁ ବସି ଖାଇହେବନି। ହୋମ୍‌ ଡେଲିଭରି ନେଇହେବ। ନିର୍ମାଣ ସାମଗ୍ରୀ ଦୋକାନ ଖୋଲିପାରିବ। ଗୋଟିଏ ଦୋକାନରେ ଏକ ସମୟରେ ୫ ଗ୍ରାହକ ଏକାଠି ହେବା ମନା। ଛିଙ୍କ, କାଶ ହେଉଥିବା ଲୋକଙ୍କୁ ଦୋକାନକୁ ଯିବାକୁ ଦେବେନି। ସକାଳ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଅନୁମତିପ୍ରାପ୍ତ ଦୋକାନ ଖୋଲିବ। ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଦୋକାନ ଖୋଲିବାକୁ ଅନୁମତି। ଶିଳ୍ପ ସଂସ୍ଥା ଖୋଲିବାକୁ ଚାହିଁଲେ, ଅନୁମତି ଦିଆଯାଇ ପାରିବ। ଲକ୍‌ଡାଉନ୍‌ ଥିବାରୁ ଓ ଭୁବନେଶ୍ୱର ରେଡ୍‌ ଜୋନ୍‌ ଯୋଗୁ କଟକଣା ରହିବ ବୋଲି କମିଶନର ଚୌଧୁରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri