ଦୋକାନ ସଟର୍‌ ଭାଙ୍ଗି ଚୋରି କରି ନେଲେ ୮୦ ହଜାର ଟଙ୍କା

ବ୍ରହ୍ମପୁର ଅଫିସ, ୨୨।୭: ଟାଉନ ଥାନା ଅନ୍ତର୍ଗତ ଭାପୁର ବଜାର ରେ ଥିବା ସାହୁ ଫୁଡ୍ସରୁ ରବିବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ତାଲା ଭାଙ୍ଗି କ୍ୟାସ୍‌ କାଉଣ୍ଟରରୁ ୮୦ ହଜାର ଟଙ୍କା ଚୋରି କରି ନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।ପୋଲିସ ୧୪୬/୧୯ ରେ ଏକ ମାମଲା ରୁଜୁ କରିଛି।

ପ୍ରକାଶ ଯେ, ହରିଡ଼ାଖଣ୍ଡି ଶାନ୍ତି ନଗରର ମିଳନ କୁମାର ସାହୁ ଭାପୁର ବଜାରରେ ସାହୁ ଫୁଡ୍ସ ନାମକ ଏକ ଦୋକାନ କରିଛନ୍ତି। ସେଠାରେ ସେ କୋଲ୍ଡ ଡ୍ରିଂକ୍ସ, ଆଇସ୍‌କ୍ରିମ୍‌, ଚକୋଲେଟ୍‌ ଓ ବିସ୍କୁଟ ଆଦି ବିକ୍ରି କରନ୍ତି। ପ୍ରତିଦିନ ଭଳି ରବିରାତ୍ର ଦୋକାନ ବନ୍ଦ କରି ସେ ଘରକୁ ଯାଇଥିଲେ। ସୋମବାର ସକାଳେ ତାଙ୍କ ଦୋକାନର ସଟର୍‌ ଭଙ୍ଗା ହୋଇଥିବା ନେଇ ଜଣେ ଦୋକାନି ତାଙ୍କୁ ଖବର ଦେଇଥିଲେ। ପରେ ସେ ଦୋକାନରେ ପହଞ୍ଚିଥିଲେ। ଦୋକାନରୁ ଚୋରି ହୋଇଥିବା ସନ୍ଦେହ କର ସେ ଥାନାରେ ଏ ନେଇ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସନ୍ଧାନୀ କୁକୁର ସାହାଯ୍ୟରେ ତଦନ୍ତ ଆରମ୍ଭ କରିଛି। ସୋମବାର ଦୋକାନ ଭଡା ଓ ଅନ୍ୟ ବ୍ୟବସାୟୀଙ୍କୁ ଦେବାପାଇଁ ରବିବାର ରାତ୍ର ଦୋକାନ ମାଲିକ ସାହୁ ତାଙ୍କ ଦୋକାନର କେସ କାଉଣ୍ଟରରେ ୮୦ ହଜାର ଟଙ୍କା ରଖିଥିଲେ। ଚୋରମାନେ ଉକ୍ତ ଟଙ୍କା ଚୋରି କରି ନେଇଯାଇଥିବା ପୋଲିସ ସନ୍ଦେହ କରୁଛି। ମାର୍କେଟ ରେ ଲାଗିଥିବା ସିସି ଟିଭି ଫୁଟେଜ ସଂଗ୍ରହ କରି ପୋଲିସ ତଦନ୍ତ ଚଳାଇଥିବା କହିଛି। ଢିଲା ପାଟ୍ରୋଲିଂ ଯୋଗୁ ଚୋରମାନେ ଏହି କାଣ୍ଡ ଘଟାଇଛନ୍ତି ବୋଲି ଅଞ୍ଚଳରେ ଏବେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

ଋଷିକୂଲ୍ୟା ନଦୀରୁ ଆର୍ମି ଡ୍ରେସ ପିନ୍ଧା ମହିଳାଙ୍କ ମୃତଦେହ ଉଦ୍ଧାର: ବଢୁଛି ସନ୍ଦେହ

ଗଞ୍ଜାମ,୧୯।୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ତଥା ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚଯାତ ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ମନ୍ଦିର ନିକଟସ୍ଥ ଋଷିକୂଲ୍ୟା ନଦୀରେ ବୁଧବାର ସକାଳେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri