‘ଦୋଳଗୋବିନ୍ଦ ଥିଲେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର’

କଟକ ସଦର, ୭ା୯(ଡି.ଏନ୍‌.ଏ.): ସମାଜ ପାଇଁ ମହାପୁରୁଷମାନେ ନିଜ ଜୀବନକୁ ଉତ୍ସର୍ଗ କରିଥାନ୍ତି। ସେହିପରି ସ୍ବର୍ଗତ ଦୋଳଗୋବିନ୍ଦ ପ୍ରଧାନ ମଧ୍ୟ ଲୋକଙ୍କ ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ। ସେଥିପାଇଁ ସେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର ବୋଷ ବୋଲି ଶୁକ୍ରବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। କଟକ ସଦର ବ୍ଲକ ଅନ୍ତର୍ଗତ ଡିହସାହି(ଗତିରାଉତପାଟଣା)ରେ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମନ୍ତ୍ରୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ମୁଖ୍ୟ ଅତିଥିଭାବେ ରାଜ୍ୟପାଳ ପ୍ରଫେସର ଲାଲ ଯୋଗଦେଇ ଏହା କହିଥିଲେ। ଭୁବନେଶ୍ୱରସ୍ଥିତ ମହାତ୍ମା ଗାନ୍ଧୀ ଅହିଂସା ଏତିହ୍ୟ ପ୍ରତିଷ୍ଠାନ ନ୍ୟାସ ଆନୁକୂଲ୍ୟରେ ଆୟୋଜିତ ଏହି ଉତ୍ସବରେ ପ୍ରତିଷ୍ଠାନର ମ୍ୟାନେଜିଂ ଟ୍ରଷ୍ଟି ବୁଦ୍ଧଦେବ ମିଶ୍ର ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଅତିଥିଭାବେ ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ପ୍ରଧାନଙ୍କୁ ଜଣେ ଜଣାଶୁଣା ଲୋକପ୍ରତିନିଧି ବୋଲି କହିଥିଲେ। ପ୍ରଧାନଙ୍କ ଗାନ୍ଧୀ ନୀତି ଆଗାମୀ ଯୁବପିଢ଼ିଙ୍କୁ ଅନୁପ୍ରାଣିତ କରିବ ବୋଲି ଉତ୍ସବରେ କଟକ ସଦର ବିଧାୟକ ଚନ୍ଦ୍ରସାରଥି ବେହେରା କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଉପସ୍ଥିତ ଥିଲେ। ଏହି ଅବସରରେ ପୁସ୍ତକ ‘ଗାନ୍ଧୀ ମଣିଷ ଦୋଳଗୋବିନ୍ଦ’ର ଉନ୍ମୋଚନ କରାଯାଇଥିଲା। ମହାତ୍ମା ଗାନ୍ଧୀ ଅହିଂସା ଏତିହ୍ୟ ପ୍ରତିଷ୍ଠାନ ନ୍ୟାସର ସଭାପତି ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଉତ୍ସବକୁ ପରିଚାଳନା କରିଥିଲେ। ଏହି ଉତ୍ସବରେ ବିଜୟ କୁମାର ପ୍ରଧାନ, ଦେବରାଜ ପ୍ରଧାନ, ପୁଷ୍ପରାଜ ପ୍ରଧାନ, ସଞ୍ଜୟ କୁମାର ପ୍ରଧାନ, ପୃଥ୍ବୀରାଜ ପ୍ରଧାନ, ପ୍ରଜ୍ଞରାଜ ପ୍ରଧାନ, ଝିଅ ଡଲି, ଲିଲିଙ୍କ ସମେତ କଟକ ଓ ଜଗତ୍‌ସିଂହପୁର ଜିଲାର ବହୁ ବୁଦ୍ଧିଜୀବୀ, ସାହିତି୍ୟକ, ରାଜନେତା ଓ ପ୍ରଶାସକ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri