ଧରାକୋଟ/ ଆସିକା,୧୬ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ଧରାକୋଟ ଥାନା ଢଉଗଁା ପଞ୍ଚାୟତ କେ.ରାମଚନ୍ଦ୍ରପୁର (କଇଠିରା) ଗ୍ରାମରେ ଦୋଳ ପୂର୍ଣ୍ଣିମା ଉପଲକ୍ଷେ ଶନିବାର ରାତିରେ ପୌରାଣିକ ନାଟକ ପରିବେଶଣ କରାଯାଉଥିଲା। ନାଟକ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବା ବେଳେ ଉପସ୍ଥିତ ଦର୍ଶକଙ୍କୁ ଆକୃଷ୍ଟ କରିବା ପାଇଁ ଅଭିମନ୍ୟୁ ବଧ ଦୃଶ୍ୟରେ ଚକ୍ରବାଣ ଫୁଟାଯାଇଥିଲା। ଏହାର ନିଅଁା ଚାରିପଟକୁ ଛିଟିକି ମଞ୍ଚ ତଳେ ରଖାଯାଇଥିବା ବାଣରେ ପଡିବାରୁ ତାହା ଫୁଟିଥିଲା। ଏହା ନିକଟରେ ଥିବା ୮ ଜଣ ଆହତ ହୋଇଥିଲେ। ସେମାନେ ହେଲେ ବିଜୟ ଗୌଡ଼, ଚନ୍ଦନ ବିଶୋଇ, ବାବୁ ବିଶୋଇ, ଓଁ ଗୌଡ଼, ଅରୁଣ ବିଶୋଇ, ରାଜା ଗୌଡ଼, ସୁମନ ରେଡ୍ଡୀ ଓ ବିଜୟ ରେଡ୍ଡୀ ା ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ତୁରନ୍ତ ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଥିଲା। ପରେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଖବର ପାଇ ଧରାକୋଟ ଥାନାଧିକାରୀ ସହଦେବ ମହାପାତ୍ର ଜଣେ ଯାତ୍ରା କମିଟି ସଦସ୍ୟଙ୍କୁ ଥାନାକୁ ଆଣି ଅଟକ ରଖିଛନ୍ତି। ଏ ନେଇ ଧରାକୋଟ ଥାନାରେ ନଂ.୪୦/୨୦ରେ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଜାରି ରହିଛି। ରାଜ୍ୟ ସରକାର କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରି ଯାନିଯାତ୍ରା, ବାହାଘର, ସଂଗଠନ ଓ ଉତ୍ସବ ସହ ଧାର୍ମିକ କାର୍ଯ୍ୟ ଉପରେ ଅଙ୍କୁଶ ଲଗାଇଛନ୍ତି। ଏପରିସ୍ଥଳେ ରାମଚନ୍ଦ୍ରପୁରରେ ନାଟକ ପରିବେଷଣ ପାଇଁ ଥାନା ତରଫରୁ ଅନୁମତି ଦିଆଯାଇନାହିଁ କିମ୍ବା ବାଣ ଫୁଟାଇବା ପାଇଁ କୌଣସି ନିର୍ଦ୍ଦେଶ ଦିଆଯାଇନାହିଁ। ପ୍ରଶାସନିକସ୍ତରରେ ଏହାର ଅନୁଧ୍ୟାନ କରାଯାଉଛି ବୋଲି ଆସିକା ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ କହିିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
Archives


