ଦୋଳାରେ ୪ କିମି ବୁହାହୋଇ ଡାକ୍ତରଖାନା ଗଲେ ବଜ୍ରପାତରେ ଆହତ ୨ ନାବାଳକ

ଦଶମନ୍ତପୁର,୨୮ା୧୦(ଡି.ଏନ୍‌.ଏ.): ଦଶମନ୍ତପୁର ବ୍ଲକ ଚ଼ଣାବାଡ଼ ପଞ୍ଚାୟତ ସଲପଗୁଡ଼ା ଗ୍ରାମରେ ରବିବାର ଗାଇ ଚରାଇବାକୁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇଛନ୍ତି ଦୁଇ ଜଣ ନାବାଳକ। ସେମାନେ ହେଲେ ସଲପଗୁଡ଼ା ଗ୍ରାମର ମସୁରୀ ମୁଦୁଲିଙ୍କ ପୁଅ ଜଗ ମୁଦୁଲି (୧୭) ଓ କେଶରୀ ମୁଦୁଲିଙ୍କ ଭଣଜା ରମେଶ ଜାନି (୧୮)। ଏହି ଦୁଇଜଣ ଗାଁ ନିକଟସ୍ଥ ଟାଙ୍ଗରୀମାଳିକୁ ଅପରାହ୍ନରେ ଗାଇ ଚରାଇବାକୁ ଯାଇଥିଲେ। ୨ଟା ବେଳେ ବଜ୍ରପାତ ହେବାରୁ ସେଥିରେ ଦୁହେଁ ଅଚେତ୍‌ ହୋଇପଡ଼ିଥିଲେ। ଗାଁଲୋକେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ଗୋବର ଲଗାଇଥିଲେ। ପରେ ସେମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା। ରାସ୍ତା ଖରାପ ସାଙ୍ଗକୁ ବାଟରେ ରୋକାଟ ନଦୀ ପଡୁଥିବାରୁ ବୁଲାଣି ରାସ୍ତାରେ ଆହତ ନାବାଳକଙ୍କୁ ଦୋଳାରେ ପ୍ରାୟ ୪ କିମି ପେଡ଼ିସିଲ ଯାଏ ବୋହି ନେଇଥିଲେ ଗାଁର ଅନୀ ଜାନୀ, ଭାଗିରଥୀ ମୁଦୁଲି, ରାମ କୁଲେସିକା, ଅଜୁ ସାଉନ୍ତା, ରାଜେନ୍ଦ୍ର ହିକ୍‌କା, ନିର୍ମଳ ସାଉନ୍ତା। ପେଡିସିଲରୁ ଗାଁର ରାମ ଜାନୀ ଓ ଜଣେ ଖବରଦାତା ବାଇକରେ ନାବାଳକ ଦୁହିଁଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ଜିଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଏ ନେଇ ସ୍ଥାନୀୟ ତହସିଲଦାର ଅଜୟ ପ୍ରକାଶ ତିର୍କି କହିଛନ୍ତି, ଆର୍‌ଆଇଙ୍କୁ ପଠାଇ ତଦନ୍ତ ପରେ ସହାୟତା ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri