ଦୋଷୀଙ୍କୁ ଦଣ୍ଡ ମିଳିବା ଉପରେ ଗୁରୁତ୍ୱ ଦିଅ

ଅନୁଗୋଳ ଅଫିସ୍‌, ୩୦।୧: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ବୁଧବାର ଦିନିକିଆ ଅନୁଗୋଳ ଗସ୍ତରେ ଆସି ଜିଲା ପୋଲିସ ମୁଖ୍ୟାଳୟରେ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜ ଅଧିକାରୀଙ୍କ ସହ ଅପରାଧ ଓ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ଡିଜିପିଙ୍କ ସହ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ରାଧାକ୍ରିଷ୍ଣ ଶର୍ମା (ସ୍ବତନ୍ତ୍ର ଗୋଇନ୍ଦା ନିର୍ଦ୍ଦେଶକ), ଆଇଜି ରେଖା ଲୋହାନୀ (ଆଇଜି ଆଧୁନିକୀକରଣ) ଯୋଗଦେଇଥିଲେ। ବୈଠକରେ ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ଅନୁଗୋଳ ଏସ୍‌ପି ଜଗମୋହନ ମୀନା, ଢେଙ୍କାନାଳ ଏସ୍‌ପି ଅନୁପମା ଜେମ୍ସ, ଦେବଗଡ଼ ଏସ୍‌ପି ରାହୁଲ ଜେନ୍‌ଙ୍କ ସହ ତିନୋଟି ଜିଲାର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଡିଜିପି ଦୋଷୀ କିପରି କୋର୍ଟରେ ଦଣ୍ଡ ପାଇବେ ସେ ନେଇ ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ। ଏଥିସହ ଅପରାଧର ଠିକ୍‌ ତଦନ୍ତ ସହ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରମାଣ ସଂଗ୍ରହ ଦିଗରେ ଅଧିକ ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦେଇଥିଲେ। ବରିଷ୍ଠ ଅଧିକାରୀମାନେ ମାର୍ଗଦର୍ଶକ ହୋଇ ତଦନ୍ତରେ ସହଯୋଗ କରିବା ଉପରେ ଡିଜିପି ଗୁରୁତ୍ୱାରୋପ କରିଥିଲେ। ସରକାରଙ୍କ ‘ମୋ ସରକାର’ ଯୋଜନା ପରେ ପୋଲିସ କର୍ମଚାରୀଙ୍କ ବ୍ୟବହାରରେ ସୁଧାର ଆସିଛି। ଲୋକଙ୍କ ସହ ସିଧାସଳଖ କଥା ହେବା ବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳୁଥିବାରୁ ସେ ଖୁସିବ୍ୟକ୍ତ କରିଥିଲେ। ଅନ୍ୟପକ୍ଷରେ ଅନୁଗୋଳରେ ଦୋଷୀ ସାବ୍ୟସ୍ତ ହାର ନୈରାଶ୍ୟଜନକ ରହିଥିବାରୁ ମହାନିର୍ଦ୍ଦେଶକ ଅସନ୍ତୋଷ ବ୍ୟକ୍ତ କରିଥିଲେ। ବିଭିନ୍ନ ବୈଜ୍ଞାନିକ ପଦ୍ଧତି ଓ ଡିଜିଟାଲ ଫରେନ୍‌ସିକ୍‌ର ବ୍ୟବହାର ସହ ସଫଳ ତଦନ୍ତ କରି ଦୋଷୀ ସାବ୍ୟସ୍ତ ହାର ବୃଦ୍ଧି କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଅନୁଗୋଳରେ ବ୍ରାଉନ ସୁଗାର୍‌, ଗଞ୍ଜେଇ ଚାଷ ଓ ଚୋରା କାରବାର ବୃଦ୍ଧି ପାଇବାରେ ଲାଗିଛି। ଠକେଇ ଓ ସାଇବର୍‌ ଅପରାଧ ମଧ୍ୟ ବଢ଼ୁଛି। ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ଅନୁଗୋଳ ଓ ଢେଙ୍କାନାଳରେ କୋଇଲା, ମୁଗୁନି ପଥର ଚୋରା କାରବାର ରୋକିବାକୁ ଅତର୍କିତ ଚଢ଼ାଉ ପାଇଁ ଦୁଇ ଜିଲାର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଦେବଗଡ଼ ଓ ଅନୁଗୋଳ ଜିଲାରେ ମାଓବାଦୀ କାର୍ଯ୍ୟକଳାପ ନିୟନ୍ତ୍ରଣକୁ ଆସିଛି। ତଥାପି ଏହା ଉପରେ ତୀକ୍ଷ୍ମ ନଜର ରଖିବାକୁ ଡିଜିପି କହିଥିଲେ। ପରେ ଡିଜିପି ଅନୁଗୋଳ ଟ୍ରେନିଂ କଲେଜ ପରିଦର୍ଶନରେ ଯାଇ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଅଫିସର ଓ କନଷ୍ଟେବଳମାନଙ୍କୁ କିପରି ଉନ୍ନତ ପ୍ରଶିକ୍ଷଣ ମିଳିପାରିବ ସେ ନେଇ ଅଧିକ ଗୁରୁତ୍ୱ ଦେବାକୁ ଡିଜିପି କଲେଜ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri