ଦୋଷୀଙ୍କୁ ଦଣ୍ଡ ମିଳିବା ଉପରେ ଗୁରୁତ୍ୱ ଦିଅ

ଅନୁଗୋଳ ଅଫିସ୍‌, ୩୦।୧: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ବୁଧବାର ଦିନିକିଆ ଅନୁଗୋଳ ଗସ୍ତରେ ଆସି ଜିଲା ପୋଲିସ ମୁଖ୍ୟାଳୟରେ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜ ଅଧିକାରୀଙ୍କ ସହ ଅପରାଧ ଓ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ଡିଜିପିଙ୍କ ସହ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ରାଧାକ୍ରିଷ୍ଣ ଶର୍ମା (ସ୍ବତନ୍ତ୍ର ଗୋଇନ୍ଦା ନିର୍ଦ୍ଦେଶକ), ଆଇଜି ରେଖା ଲୋହାନୀ (ଆଇଜି ଆଧୁନିକୀକରଣ) ଯୋଗଦେଇଥିଲେ। ବୈଠକରେ ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ଅନୁଗୋଳ ଏସ୍‌ପି ଜଗମୋହନ ମୀନା, ଢେଙ୍କାନାଳ ଏସ୍‌ପି ଅନୁପମା ଜେମ୍ସ, ଦେବଗଡ଼ ଏସ୍‌ପି ରାହୁଲ ଜେନ୍‌ଙ୍କ ସହ ତିନୋଟି ଜିଲାର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଡିଜିପି ଦୋଷୀ କିପରି କୋର୍ଟରେ ଦଣ୍ଡ ପାଇବେ ସେ ନେଇ ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ। ଏଥିସହ ଅପରାଧର ଠିକ୍‌ ତଦନ୍ତ ସହ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରମାଣ ସଂଗ୍ରହ ଦିଗରେ ଅଧିକ ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦେଇଥିଲେ। ବରିଷ୍ଠ ଅଧିକାରୀମାନେ ମାର୍ଗଦର୍ଶକ ହୋଇ ତଦନ୍ତରେ ସହଯୋଗ କରିବା ଉପରେ ଡିଜିପି ଗୁରୁତ୍ୱାରୋପ କରିଥିଲେ। ସରକାରଙ୍କ ‘ମୋ ସରକାର’ ଯୋଜନା ପରେ ପୋଲିସ କର୍ମଚାରୀଙ୍କ ବ୍ୟବହାରରେ ସୁଧାର ଆସିଛି। ଲୋକଙ୍କ ସହ ସିଧାସଳଖ କଥା ହେବା ବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳୁଥିବାରୁ ସେ ଖୁସିବ୍ୟକ୍ତ କରିଥିଲେ। ଅନ୍ୟପକ୍ଷରେ ଅନୁଗୋଳରେ ଦୋଷୀ ସାବ୍ୟସ୍ତ ହାର ନୈରାଶ୍ୟଜନକ ରହିଥିବାରୁ ମହାନିର୍ଦ୍ଦେଶକ ଅସନ୍ତୋଷ ବ୍ୟକ୍ତ କରିଥିଲେ। ବିଭିନ୍ନ ବୈଜ୍ଞାନିକ ପଦ୍ଧତି ଓ ଡିଜିଟାଲ ଫରେନ୍‌ସିକ୍‌ର ବ୍ୟବହାର ସହ ସଫଳ ତଦନ୍ତ କରି ଦୋଷୀ ସାବ୍ୟସ୍ତ ହାର ବୃଦ୍ଧି କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଅନୁଗୋଳରେ ବ୍ରାଉନ ସୁଗାର୍‌, ଗଞ୍ଜେଇ ଚାଷ ଓ ଚୋରା କାରବାର ବୃଦ୍ଧି ପାଇବାରେ ଲାଗିଛି। ଠକେଇ ଓ ସାଇବର୍‌ ଅପରାଧ ମଧ୍ୟ ବଢ଼ୁଛି। ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ଅନୁଗୋଳ ଓ ଢେଙ୍କାନାଳରେ କୋଇଲା, ମୁଗୁନି ପଥର ଚୋରା କାରବାର ରୋକିବାକୁ ଅତର୍କିତ ଚଢ଼ାଉ ପାଇଁ ଦୁଇ ଜିଲାର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଦେବଗଡ଼ ଓ ଅନୁଗୋଳ ଜିଲାରେ ମାଓବାଦୀ କାର୍ଯ୍ୟକଳାପ ନିୟନ୍ତ୍ରଣକୁ ଆସିଛି। ତଥାପି ଏହା ଉପରେ ତୀକ୍ଷ୍ମ ନଜର ରଖିବାକୁ ଡିଜିପି କହିଥିଲେ। ପରେ ଡିଜିପି ଅନୁଗୋଳ ଟ୍ରେନିଂ କଲେଜ ପରିଦର୍ଶନରେ ଯାଇ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଅଫିସର ଓ କନଷ୍ଟେବଳମାନଙ୍କୁ କିପରି ଉନ୍ନତ ପ୍ରଶିକ୍ଷଣ ମିଳିପାରିବ ସେ ନେଇ ଅଧିକ ଗୁରୁତ୍ୱ ଦେବାକୁ ଡିଜିପି କଲେଜ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri