Posted inଖେଳ

ଦୋହାରେ ଦୂତୀଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୨୫।୪(କ୍ରୀଡ଼ା ପ୍ରତିନିଧି)- ଦୋହାରେ ବୁଧବାର ଶେଷ ହୋଇଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଭାରତ ଏବଂ ଓଡ଼ିଶାର ସମ୍ମାନ ରଖିଛନ୍ତି ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ। ମହିଳା ୨୦୦ ମିଟର ରେସ୍‌ରେ ସେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଫାଇନାଲରେ ୨୩.୨୪ ସେକେଣ୍ଡ ସମୟ ନେଇ  ସଫଳତା ପାଇଛନ୍ତି ଏହି ଓଡ଼ିଆ ଯୁବତୀ। ଚଳିତ ସିଜନରେ ଏହା ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ମଧ୍ୟ ଥିଲା। ବାହାରିନର ସାଲ୍‌ଓ୍ବା ନାସେର ୨୨.୭୪ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ପାଇଥିବାବେଳେ କାଜାଖସ୍ତାନର ଓଲ୍‌ଗା ସାଫ୍ରାନୋଭା ୨୨.୮୭ ସେକେଣ୍ଡ ସହ ରୌପ୍ୟ ପଦକ ହାସଲ କରିଛନ୍ତି। ବାହାରିନର ଇଡିଡଙ୍ଗ ଓଡିଅଙ୍ଗ ଦୂତୀଙ୍କ ସମକକ୍ଷ ୨୨.୨୪ ସେକେଣ୍ଡ ସମୟ ନେଇଥିଲେ। ମାତ୍ର ଦୂତୀଙ୍କ .୨୩୨ ସେକେଣ୍ଡ ତୁଳନାରେ ସେ .୨୩୩ ସେକେଣ୍ଡ ସମୟ ନେଇଥିବାରୁ ୪ର୍ଥ ସ୍ଥାନରେ ସନ୍ତୁଷ୍ଟ ରହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଉଜବେକିସ୍ତାନର ନିଗିନା ଶାରିପୋଭା ୨୩.୨୯, ଚାଇନାର ମାନ୍‌କି ଜି ୨୩.୩୪, ଲିଙ୍ଗଓ୍ବେଇ କୋଙ୍ଗ୍‌ ୨୩.୪୨ ଓ କିର୍ଗିଜସ୍ତାନର ଆନା ବୁଲାନୋଭା ୨୩.୭୦ ସେକେଣ୍ଡ ସମୟ ନେଇ ଯଥାକ୍ରମେ ୫ମରୁ ୮ମ ସ୍ଥାନ ପାଇଥିଲେ। ପ୍ରକାଶ ଯୋଗ୍ୟ ଯେ, ୨୦୧୭ ଜୁଲାଇ ୬ରୁ ୯ ପର୍ଯ୍ୟନ୍ତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ଗତ ସଂସ୍କରଣରେ ଦୂତୀ ଫାଇନାଲରେ ୨୩.୫୯ ସେକେଣ୍ଡ ସମୟ ନେଇ ୪ର୍ଥ ସ୍ଥାନରେ ରହିଥିଲେ। କାଜାଖସ୍ତାନର ଭିକ୍ଟୋରିଆ ଜାବକିନା ୨୩.୧୦ ମିଟର ସହ ସ୍ବର୍ଣ୍ଣ, ଶ୍ରୀଲଙ୍କାର ରୁମେଶିକା ରନତ୍ାଏକେ ୨୩.୪୩ ସେକେଣ୍ଡ ସହ ରୌପ୍ୟ ଓ କାଜାଖସ୍ତାନର ଓଲ୍‌ଗା ସାଫ୍ରାନୋଭା ୨୩.୪୭ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ପାଇଥିଲେ। ଏଥର କିନ୍ତୁ ଦୂତୀ ଟାଇମିଂରେ ଉନ୍ନତି ଆଣି ସଫଳ ହୋଇଛନ୍ତି ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌।

ଦୋହାରେ ଦୂତୀ ମହିଳା ୧୦୦ ମିଟର ଇଭେଣ୍ଟର ହିଟ୍‌ ଓ ସେମିଫାଇନାଲରେ ଚମକପ୍ରଦ ପ୍ରଦର୍ଶନ କରି ୨ ଥର ଜାତୀୟ ରେକର୍ଡ ଭାଙ୍ଗିଥିଲେ ହେଁ ଫାଇନାଲରେ ନୈରାଶ୍ୟନଜକ ପ୍ରଦର୍ଶନ କରି ପଦକଶୂନ୍ୟ ରହିଥିଲେ। ସେ ହିଟ୍‌ରେ ୧୧.୧୮, ସେମିଫାଇନାଲରେ ୧୧.୨୬ ସେକେଣ୍ଡ ସମୟ ନେଇଥିବାବେଳେ ଫାଇନାଲ ବେଳକୁ କିନ୍ତୁ ୧୧.୪୪ ସେକେଣ୍ଡ ସମୟ ନେଇ ୫ମ ସ୍ଥାନରେ ସନ୍ତୁଷ୍ଟ ରହିଥିଲେ। ସେମିଫାଇନାଲ ଓ ଫାଇନାଲ ମଧ୍ୟରେ କମ୍‌ ସମୟ ରହିଥିବାରୁ ବଡି ରିକୋଭରି ହୋଇ ନ ପାରିବାରୁ ସଫଳ ହୋଇ ପାରି ନ ଥିବା ନିଜ ପ୍ରତିକ୍ରୀୟାରେ କହିଥିଲେ ଦୂତୀ। ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ଭୁବନେଶ୍ୱର ଓ ଦୋହା ସଂସ୍କରଣରେ ଦୂତୀ ଗୋଟିଏ ଲେଖାଏ ବ୍ରୋଞ୍ଜ ପଦକ ପାଇଛନ୍ତି। ଭୁବନେଶ୍ୱରରେ ସେ ୧୦୦ ମିଟର(୧୧.୫୨ ସେକେଣ୍ଡ)ରେ ଏବଂ  ଦୋହାରେ ୨୦୦ ମିଟରରେ ଏହି ସଫଳତା ପାଇଛନ୍ତି।

ଯାଜପୁର ଜିଲା ଚକା ଗୋପାଳପୁରର ଝିଅ ଦୂତୀ ନିଜ ପ୍ରିୟ ଇଭେଣ୍ଟ ୧୦୦ ଓ ୨୦୦ ମିଟରରେ ଆକର୍ଷଣୀୟ ପ୍ରଦର୍ଶନ ଜାରି ରଖିଛନ୍ତି। ୨୦୧୮ ଅଗଷ୍ଟ ୧୮ରୁ ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ଜାକର୍ତ୍ତା ଏସିଆନ ଗେମ୍ସର ଉଭୟ ୧୦୦ ଓ ୨୦୦ ମିଟରରେ ସେ ରୌପ୍ୟ ପଦକ ଲାଭ କରିଥିଲେ। ସେଠାରେ ସେ ମହିଳା ୧୦୦ ମିଟରରେ ୧୧.୩୨ ଓ ୨୦୦ ମିଟରରେ ୨୩.୨୦ ସେକେଣ୍ଡ ସମୟ ନେଇ ଏହି ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri