ଦୌଡ଼କୁଦ,ସଫ୍ଟବଲ ପ୍ରତିଯୋଗିତା ଉଦ୍‌ଯାପିତ: ଦୁଲା, ଶୁଭଶ୍ରୀ, ଅଭି ଓ ଯମୁନା ଚାମ୍ପିୟନ

ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ଖ୍ରୀଷ୍ଟିଆନ୍‌ ହାଇସ୍କୁଲ ଖେଳ ପଡ଼ିଆରେ ସୋମବାର ଅପରାହ୍ନରେ ୬୫ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଦୌଡ଼କୁଦ (ଆଥ୍‌ଲେଟିକ୍ସ) ସଫ୍ଟବଲ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଛି। ଷ୍ଟେଟ୍‌ ସ୍କୁଲ୍‌ସ ସ୍ପୋର୍ଟସ ଆସୋସିଏଶନ୍‌, ଭୁବନେଶ୍ୱର ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନ ଏବଂ ଜିଲା ବିଦ୍ୟାଳୟ କ୍ରୀଡ଼ା ସଂଗଠନ ଦ୍ୱାରା ଆୟୋଜିତ ଉତ୍ସବରେ ଅତିରିକ୍ତ ଜିଲାପାଳ ସମ୍ବିତ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ସମସ୍ତ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ। ସମ୍ମାନନୀୟ ଅତିଥି ଭାବେ ଜିଲା କ୍ରୀଡ଼ା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା, ଜିଲା ଦୌଡ଼କୁଦ ସଂଗଠନର ସାଧାରଣ ସମ୍ପାଦକ ଅଭୟ ମହାପାତ୍ର ଯୋଗଦେଇଥିଲେ। ଆଥ୍‌ଲେଟିକ୍ସରେ ୧୪ ବର୍ଷରୁ କମ୍‌ ବାଳକ ବିଭାଗରେ ମାଲକାନଗିରି ଜିଲାର ଦୁଲା ମାରାଣ୍ଡି ଓ ବାଳିକା ବିଭାଗରେ ଭୁବନେଶ୍ୱରର ଶୁଭଶ୍ରୀ ପରିଡ଼ା ଏବଂ ୧୭ ବର୍ଷରୁ କମ୍‌ ବାଳକ ବିଭାଗରେ କନ୍ଧମାଳ ଜିଲାର ଅଭି ଶୀଶା ଓ ବାଳିକା ବିଭାଗରେ ଭୁବନେଶ୍ୱରର ଯମୁନା ଟୁଡୁ ଚାମ୍ପିୟନ୍‌ ହୋଇଛନ୍ତି। ସଫ୍ଟବଲ୍‌ରେ ଉଭୟ ବାଳିକା ଓ ବାଳକ ବିଭାଗରେ ଭୁବନେଶ୍ୱର ଦଳ ଚାମ୍ପିୟନ୍‌ ହୋଇଥିବାବେଳେ ଉଭୟ ବାଳିକା ଓ ବାଳକ ବିଭାଗରେ ସୁନ୍ଦରଗଡ଼ ଦଳ ରନର୍ସଅପ୍‌ ହୋଇଛି। ଅତିଥିଙ୍କ ଦ୍ୱାରା କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା।
ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ ସଭାପତିତ୍ୱ କରିଥିଲେ। ଶାରୀରିକ ଶିକ୍ଷା ନିରୀକ୍ଷକ ଅଶୋକ କୁମାର ନାୟକ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ମହର୍ଷି ବିଦ୍ୟାଳୟର ଛାତ୍ରୀଛାତ୍ର ଉଦ୍‌ଯାପନୀ ସଙ୍ଗୀତ ଗାନ କରିଥିଲେ। ପରେ ସେଣ୍ଟ ଜାଭିୟର୍ସ ହାଇସ୍କୁଲର ଛାତ୍ରୀଛାତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଶାରୀରିକ ଶିକ୍ଷା ନିରୀକ୍ଷକ ସତ୍ୟ ନାରାୟଣ ଗୁରୁ, କୈଳାସ ଚନ୍ଦ୍ର ପ୍ରଧାନ, ଜ୍ୟୋତି ପ୍ରସାଦ ପରିଡ଼ା, ସୌଦାମିନୀ ଦାସ, ଗଣେଶ୍ୱର ବେହେରା ପ୍ରମୁଖ କ୍ରୀଡ଼ା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?