ଦ୍ବିତୀୟ ଦିନରେ ପଥରଖୋଲରୁ ବାହୁରୁନି ଡିଜେଲ; ଟାଙ୍କିକୁ ବଦନାମ କରିବାକୁ ଉଦ୍ୟମ: ମାଲିକ

ଦାରିଙ୍ଗବାଡ଼ି,୯।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିଲା। ମାତ୍ର ଏହି ଘଟଣାର ଦ୍ବିତୀୟ ଦିନ ଅର୍ଥାତ୍‌ ରବିବାର ଉକ୍ତ ସ୍ଥାନରୁ ଆଉ ଡିଜେଲ ବାହାରୁନଥିବା ନେଇ ପୁଣି ଚର୍ଚ୍ଚା ଜୋର ଧରିଛି। ବର୍ତ୍ତମାନ ଏହି ଘଟଣା ଅଧିକ ରହସ୍ୟମୟ ହୋଇଛି। ତେବେ ଉକ୍ତ ସ୍ଥାନରୁ ୪ଶହ ମିଟର ଦୂରରେ ଏକ ପେଟ୍ରୋଲ ଟାଙ୍କି ରହିଥିବାରୁ କିଛି ଖଳପ୍ରକୃତିର ଲୋକ ବଦନାମ କରିବାକୁ ଉଦ୍ୟମ କରୁଥିବା ମାଲିକ ଅରୂପ କୁମାର ସାହୁ କହିଛନ୍ତି। ମାତ୍ର ତାଙ୍କ ଡିଜେଲ ଷ୍ଟକ ଠିକ୍‌ ରହିଛି। ତାଙ୍କ ଟାଙ୍କିରୁ କୌଣସି ପ୍ରକାର ଲିକେଜ୍‌ ହୋଇ ନ ଥିବା ଦୃଢୋକ୍ତି ପ୍ରକାଶ କରିଛନ୍ତି । ଏଥିସହ ସେ କହିଛନ୍ତି ଯେଉଁଠି ଡିଜେଲ ବାହାରୁଥିଲା ସେଠି ରାତି ତମାମ ଲୋକ ଡିଜେଲ ନେବାକୁ ଭିଡ଼ ଜମାଇଥିଲେ, ହେଲେ ଆଉ ଡିଜେଲ ବାହାରି ନ ଥିଲା।
ସୂଚନାଯୋଗ୍ୟ, ଶନିବାର ସକାଳେ ଲୋକେ ଉକ୍ତ ପଥରଖୋଲ ନିକଟରେ ରହିଥିବା ଏକ ଚୁଆକୁ ଗାଧୋଇବାକୁ ଯିବା ସମୟରେ ଡିଜେଲ ଗନ୍ଧ ଆସୁଥିବା ଜାଣି ପାରିଥିଲେ। ପରେ ଉକ୍ତ ପାଣିକୁ ଛାଣିବା ପରେ ସେଥିରୁ ଡିଜେଲ ବାହାରୁଥିବା ଜଣାପଡ଼ିଥିଲ। ଏହାକୁ ସଂଗ୍ରହ କରିବା ଲାଗି ଘଟଣାସ୍ଥଳକୁ ଲୋକଙ୍କ ସୁଅ ଛୁଟିଥିଲା। ଭିଡ଼କୁ ଦେଖି ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝି ସଦଳବଳ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଉଦ୍ୟମ କରିଥିଲେ। ସେହିପରି ଜମି ମାଲିକ ଦୈତାରି ପଡ୍ରା ପୂର୍ବରୁ ପକାଇଥିବା ଧାନତଳି ଏବେ ନଷ୍ଟ ହୋଇଯାଇଥିବା କହିଛନ୍ତିି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୧।୯: ଓଡ଼ିଶାକୁ ଅଧିକରୁ ଅଧିକ ବିଦେଶୀ ନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ୟୁଏଇ ଗସ୍ତ କରିବ। ସେପ୍ଟେମ୍ବର…

ଏହି କ୍ରିକେଟର୍‌ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍‌ ଧରିଲେ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍‌କୁ ନେଇ କ୍ରିକେଟ୍‌ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍‌ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା…

କଳ୍ପନା, ଲକ୍ଷ୍ମୀସାଗର ଅଞ୍ଚଳରେ ପୋଲିସର ଜୋରଦାର ଚଢ଼ାଉ

ଭୁବନେଶ୍ୱର,୧।୯: ରାଜଧାନୀ ଭୁବନେଶ୍ୱରର କଳ୍ପନା ଓ ଲକ୍ଷ୍ମୀସାଗର ଅଞ୍ଚଳରେ କମିଶନରେଟ୍‌ ପୋଲିସର ସ୍ପେଶାଲ୍‌ କ୍ରାଇମ୍‌ ୟୁନିଟ୍‌ ପକ୍ଷରୁ ଜୋରଦାର ଚଢ଼ାଉ କରାଯାଇଛି। ଗଞ୍ଜେଇ, ଗୁଟ୍‌ଖା ଓ ପାନ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର,୧।୯: ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ…

ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିପାରିନାହାଁନ୍ତି ମୟଙ୍କ ଅଗ୍ରୱାଲ; ଏବେ, ଖେଳିବା ପାଇଁ ଏହି ଦେଶକୁ ଯିବେ

ନୂଆଦିଲ୍ଲୀ,୧।୯: ଗତ ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିବା ପାଇଁ ଆଶା ରଖିଥିବା ମୟଙ୍କ ଅଗ୍ରୱାଲ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ଏବେ ଇଂଲଣ୍ଡରେ…

ଭଞ୍ଜନଗର ସ୍ବତନ୍ତ୍ର କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କର୍ମଚାରୀ ଅଭାବ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ବେସରକାରୀ ପରିଦର୍ଶକମାନେ ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର କାରାଗାରକୁ ଯାଇ ସେମାନଙ୍କ ଖାଦ୍ୟ, ସ୍ବାସ୍ଥ୍ୟସେବା, ସର୍ବୋପରି ଜେଲ ପରିସର ପରିଷ୍କାର ଓ ପରିଚ୍ଛନ୍ନତା ଉପରେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଆଗରେ ବର୍ଷିଲେ ମୋଦି: କହିଲେ, ବନ୍ଦ କର ନଚେତ୍‌…

ନୂଆଦିଲ୍ଲୀ,୧।୯: ସାଂଘାଇ ସହଯୋଗ ସଂଗଠନ (SCO)ର ୨୬ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ପ୍ରସଙ୍ଗରେ ଏକ ଦୃଢ଼ ମତ ଗ୍ରହଣ କରି କହିଛନ୍ତି। କେବଳ…

ବଦଳିବ ବ୍ୟାଙ୍କିଂ -UPI ସିଷ୍ଟମ! କ’ଣ ଏହି ‘ୱାନ ନେଶନ, ୱାନ ଟାଇମ’ ନୀତି, ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ଡିଜିଟାଲ ଦୁନିଆରେ ଏକ ସେକେଣ୍ଡର ହଜାର ଭାଗରୁ ମଧ୍ୟ ଛୋଟ ସମୟର ପାର୍ଥକ୍ୟ ଅନେକ ସମୟରେ ବଡ଼ ପ୍ରଭାବ ପକାଇଥାଏ। କେତେବେଳେ UPI ପେମେଣ୍ଟ ଅଟକିଯାଏ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri