ଦ୍ରୁତଗତିରେ ଗାଡ଼ି ଚାଳନା କାଳ ହେଲା: ଦୁର୍ଘଟଣାରେ ଚାଲିଗଲା ୩ ଜୀବନ

ବାଲେଶ୍ୱର ଅଫିସ/ରସାଳପୁର(ଡି.ଏନ.ଏ), ୧୪।୬-ବାଲେଶ୍ୱର ସହର ନିକଟସ୍ଥ ଚାନ୍ଦିପୁର ରାସ୍ତାରେ ଶୁକ୍ରବାର ଅପରାହ୍ନ ସାଢେ ୨ଟା ବେଳେ ଏକ ସଡକ ଦୁର୍ଘଟଣା ଘଟି ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ରୂପସା ଥାନା କେନ୍ଦୁଦାଙ୍ଗୀରି ଗ୍ରାମର ଭକ୍ତବନ୍ଧୁ ସିଂ (୨୬), ନୀଳଗିରି ବରହମପୁର ଥାନା ଅଶ୍ୱନବଣୀ ଗ୍ରାମର ପପୁ ସିଂ (୨୦) ଏବଂ ବ୍ରହ୍ମାନନ୍ଦ ସିଂ (୨୬)। ଚାନ୍ଦିପୁର ଥାନା ପୋଲିସ ଉଭୟ ଗାଡିକୁ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।
ଭକ୍ତବନ୍ଧୁ ସ୍କୁଟି ଯୋଗେ ଚାନ୍ଦିପୁରରୁ ଫେରୁଥିବା ବେଳେ ପପୁ ଏବଂ ବ୍ରହ୍ମାନନ୍ଦ ଜଣେ ମହିଳାଙ୍କୁ ବସାଇ ଗୋଟିଏ ପଲ୍‌ସରରେ ଚାନ୍ଦିପୁରସ୍ଥିତ ତାଙ୍କ ସମ୍ପର୍କୀୟଙ୍କ ଘରକୁ ଯାଉଥିଲେ। ଗାଡିଟି ଦ୍ରୁତଗତିରେ ଯାଉଥିବାରୁ ଗଛମାଳିଆ ନିକଟରେ ନିୟନ୍ତ୍ରଣ ହରାଇ ସ୍କୁଟି ସହିତ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ପଲ୍‌ସରରେ ଥିବା ୨ ଯୁବକ ଓ ସ୍କୁଟିରେ ଥିବା ଜଣେ ଯୁବକ ରକ୍ତ ଜୁଡୁବୁଡୁ ହୋଇ ଅଚେତ ହୋଇପଡିଥିଲେ। ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ସମସ୍ତଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଥିଲେ। ବାଇକ୍‌ ପଛରେ ବସିଥିବା ମହିଳାଙ୍କ ସମ୍ପର୍କରେ କିଛି ଖବର ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri