ଦ୍ୱାଦଶ ବାର୍ଷିକ ଜ୍ଞାନ ବିଜ୍ଞାନ ମେଳା

ଯାଜପୁର ରୋଡ,୨୪।୮(ନି.ପ୍ର.)- ମୁଣ୍ଡମାଳସ୍ଥିତ ସରସ୍ବତି ଶିଶୁ ବିଦ୍ୟାମନ୍ଦିରରେ ଗୁରୁବାର ଦ୍ୱାଦଶ ବିଂଶ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହାକୁ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରଧ୍ୟାପକ ସନ୍ତୋଷ କୁମାର ରଥ ଉଦ୍‌ଘାଟନ କରିଥିଲେ। ଶିଶୁ ମନ୍ଦିରର ସଭାପତି ଦିଗନ୍ତ କୁମାର ରାଉତ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଅଭିମନ୍ୟୁ ଦାସ ଅତିଥି ପରିଚୟ ପ୍ରଦାନ କରିଥିଲେ। ସମ୍ପାଦକ ଦିଲୀପ କୁମାର ଜେନା କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ପୂର୍ବତନ ସଭାପତି ଯୁଗଳ କିର୍ଷ୍ଣ ମିଶ୍ର, ସଦସ୍ୟା କବିତା ପଲାର୍‌, କାର୍ଣ୍ଣିମୟୀ ମାଣ୍ଡି ଉପସ୍ଥିତ ଥିଲେ। ଏହି ମେଳାରେ ୨୦୦ରୁ ଅଧିକ ପ୍ରକଳ୍ପ ପ୍ରଦର୍ଶିତ କରାଯାଇଥିଲା। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନିଶିକାନ୍ତ ମହାପାତ୍ର ଓ ଦୀପକ କୁମାର ରାଉତ ପ୍ରତିଯୋଗୀଙ୍କୁ ପୁରଷ୍କୃତ କରିଥିଲେ। ନରେନ୍ଦ୍ର କୁମାର ଦାସ, ରାଜକୃର୍ଷ୍ଣ ପାଳ, ନିର୍ମଳ ଚନ୍ଦ୍ର ମିଶ୍ର ପ୍ରମୁଖ ବହୁ ଶିକ୍ଷୟିତ୍ରୀ ଓ ଶିକ୍ଷକ ମେଳା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିସାରା ଚାଲିଛି ମୋରମ ଲୁଟ୍‌

ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୯ା୩ : ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ କାରବାରକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ରାଜସ୍ବ ବିଭାଗଠାରୁ ଖଣି ବିଭାଗକୁ ଦାୟିତ୍ୱ ହସ୍ତାନ୍ତର ହୋଇଛି।...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ...

ଝୁଲି ରହିଲା କୋରେଇ,ବରୀ, ବଡ଼ଚଣା

ଯାଜପୁର,୨୮ା୩(ହର୍ଷବର୍ଦ୍ଧନ ବେହେରା) :ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ଏଥିରେ ୭୨...

ସାହିତ୍ୟ ହେଉଛି ଲେଖକଙ୍କ ବୈଭବ

ଯାଜପୁରରୋଡ୍‌,୨୭ା୩: ଯାଜପୁରରୋଡ୍‌ ସ୍ଥିତ ଉତ୍ସବ ପ୍ୟାଲେସ୍‌ରେ ‘ଅଭିମାନ’ ପ୍ରକାଶନର ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ କବି ପ୍ରଭାକର ଶତପଥୀ,ରାଜକିଶୋର...

ୟୁଟ୍ୟୁବର ମୋନାଲିସାଙ୍କ ଘରେ ଚଢ଼ାଉ: ମାଙ୍କଡ଼ ସହ ଭିଡିଓ ଶେୟାର କରି ହୋଇଥିଲେ ପ୍ରସିଦ୍ଧ

ଯାଜପୁର ସଦର,୨୫ା୩(ସମର ବିଜୟ ଶରଣ): ବେଆଇନ ଭାବେ ମାଙ୍କଡ଼ ରଖି ସେମାନଙ୍କ ସହ ଫଟୋ ଓ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିବା ଚର୍ଚ୍ଚିତ...

ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

କୋରେଇ,୨୫ା୩(ଚନ୍ଦ୍ରକାନ୍ତ ପତି): ବାସହୀନଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କରୁଛନ୍ତି। ଅଥଚ ଏହିସବୁ ଯୋଜନା ଯୋଗ୍ୟ ବ୍ୟକ୍ତିଙ୍କ ପାଖରେ ପହଞ୍ଚିବା ସମ୍ଭବ...

ଗାଁରେ ଆଉ ଜଳୁନି ଷ୍ଟ୍ରିଟ୍‌ ଲାଇଟ୍‌

କାଏମା,୨୫ା୩(ଶିବପ୍ରସାଦ ମହାନ୍ତି): ଅନ୍ଧକାରରୁ ମୁକ୍ତି ପାଇଁ ଗାଁଗାଁରେ ଲାଗିଥିଲା ଷ୍ଟ୍ରିଟ ଲାଇଟ୍‌। ମାତ୍ର କିଛି ଦିନ ଜଳିବା ପରେ ତାହା ବନ୍ଦ ହୋଇଯାଇଛି। ଅନେକ ଗାଁରେ...

ପୁଣି ଖଣିିରୁ ଚୋରି ବଢୁଛି

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ୍‌ ମହାନ୍ତ),୨୫ା୩: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ପୁଣି କ୍ରୋମାଇଟ ମାଫିଆମାନଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ରବିବାର ଓଡ଼ିଶା ଖଣି ନିଗମର ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri