ଦ୍ୱାରଶୁଣୀ ଘାଟିରେ ୭୦ଫୁଟ ତଳକୁ ଖସିଲା ଟ୍ରକ: ଚାଳକ ମୃତ, ଖଲାସୀ ଗୁରୁତର

ବାଙ୍ଗିରିପୋଷି,୧୦ା୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ପିଆଜ ବୋଝେଇ ଟ୍ରକ ୭୦ ଫୁଟ ତଳକୁ ଖସିପଡ଼ିବାରୁ ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିତ୍ବା ବେଳେ ଖଲାସୀ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ଟ୍ରକ ମଧ୍ୟରେ ଚାପି ହୋଇ ରହିଥିବା ଚାଳକଙ୍କୁ ଉଦ୍ଧାର କରିବା ପରିବର୍ତ୍ତେ କେତେଜଣ ଲୋକ ମାନବିକତା ଭୁଲି ବିଛାଡି ହୋଇ ପଡ଼ିଥିତ୍ବା ପିଆଜ ବସ୍ତା ଲୁଟି ନେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ମହାରାଷ୍ଟ୍ରର ନାସିକରୁ କୋଲକାତା ଅଭିମୁଖେ ଯାଉଥିବା ବେଳେ ବାଙ୍ଗିରିପୋଷି ନିକଟସ୍ଥ ଦ୍ୱାରଶୁଣି ଘାଟି ରାସ୍ତାରେ ମଙ୍ଗଳବାର ରାତିରେ ଟ୍ରକଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଖବର ପାଇ ବାଙ୍ଗିରିପୋଷି ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ପ୍ରଥମେ ଗୁରୁତର ଆହତ ହୋଇଥିବା ଖଲାସୀଙ୍କୁ ଟ୍ରକ ମଧ୍ୟରୁ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦା ପିଆରଏମ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ପରେ ପୋଲିସ ଚାଳକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଚାଳକଙ୍କ ପରିଚୟ ଜଣା ପଡ଼ି ନାହିଁ। ଏନେଇ ଥାନାରେ ଏକ ମାମଲା(ନଂ.୮୫/୨୦୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri