Posted inଖେଳ

ଦ୍ୱିତୀୟ ଅନ୍‌ଅଫିସିଆଲ ଦିନିକିଆ : ଭାରତ ଏ’ ବିଜୟୀ

ଥିରୁବନନ୍ତପୁରମ,୩୧।୮(ପି.ଟି.)- ସ୍ଥାନୀୟ ଗ୍ରୀନ୍‌ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ମନୀଷ ପାଣ୍ଡେଙ୍କ ନେତୃତ୍ୱାଧୀନ ଭାରତ ଏ’ ଗୋଟିଏ ଓଭର ବାକି ରଖି ୨ ଉଇକେଟରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଏ’କୁ ପରାସ୍ତ କରିଛି। ଏଥିସହିତ ଭାରତ ୫ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ପ୍ରଥମ ଦୁଇଟି ମ୍ୟାଚ୍‌ ଜିତି ୨-୦ରେ ଅଗ୍ରଣୀ ହାସଲ କରିଛି। ଟସ୍‌ ଜିତି ଭାରତ ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୨୧ ଓଭରରେ ୫ ଉଇକେଟ ହରାଇ ୧୬୨ ରନ ସଂଗ୍ରହ କରିଥିଲା। ଜବାବରେ ଭାରତ ୨୦ ଓଭରରେ ୮ ଉଇକେଟ ହରାଇ ୧୬୩ ରନକରି ବିଜୟ ହାସଲ କରିଛି। ବର୍ଷା ଯୋଗୁ ମ୍ୟାଚ୍‌ର ଓଭର ସଂଖ୍ୟା କମାଇଦିଆଯାଇଥିଲା।
୧୬୩ ରନ ଟାର୍ଗେଟ ପିଛା କରି ଭାରତ ୫୭ ରନରେ ୩ ଉଇକେଟ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ତେବେ ଉଇକେଟକିପର ବ୍ୟାଟ୍ସମ୍ୟାନ ଇଶାନ କିଷନ ୨୪ ବଲରୁ ୫ ଚୌକା ଓ ୪ ଛକା ସହ ୫୫ ରନର ଅର୍ଦ୍ଧଶତକୀୟ ପାଳି ଖେଳି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅନମୋଲପ୍ରୀତ ସିଂ ୧୯ ବଲରୁ ୨ ଚୌକା ଓ ୨ ଛକା ସହ ୩୦, ଶୁମମନ ଗିଲ ୨୪ ବଲରୁ ୧ ଛକା ସହ ୨୧, ଅଧିନାୟକ ମନୀଷ ପାଣ୍ଡେ ୧୩, ଅକ୍ଷର ପଟେଲ ୧୦ ରନ କରି ଆଉଟ ହୋଇଥିବା ବେଳେ କ୍ରୁନାଲ ପାଣ୍ଡ୍ୟା ୧୫ ବଲରୁ ୧ ଛକା ଓ ୧ ଚୌକା ସହ ୨୩ ରନ କରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଜୁନିୟର ଡାଲା ୨, ବଜର୍ନ ଫର୍ଚ୍ୟୁଇନ୍‌, ବେଉରାନ ହେଣ୍ଡ୍ରିକ୍ସ, ଅନରିଚ୍‌ ନୋର୍ଜ, ଜର୍ଜ ଲଣ୍ଡେ ଓ ମାର୍କୋ ଜାନେସେନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ତରଫରୁ ଜର୍ଜ ଲିଣ୍ଡେ ୨୫ଟି ବଲର ସମ୍ମୁଖୀନ ହୋଇ ୧ ଚୌକା ଓ ୫ ଛକା ସହ ସର୍ବାଧିକ ଅପରାଜିତ ୫୨ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ ଦଳର ସ୍କୋରକୁ ଦେଢ଼ଶହ ପାର କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉଇକେଟକିପର ବ୍ୟାଟ୍ସମ୍ୟାନ ହେନରିଚ୍‌ କ୍ଲାସେନ୍‌ ୩୧, ଖାୟା ଜୋଣ୍ଡୋ ୨୪, ଅଧିନାୟକ ଟେମ୍ବା ବଭୁମା ୩୩ ବଲରୁ ୬ ଚୌକା ସହ ୪୦ ରନ ସଂଗ୍ରହ କରିଆଉଟ ହୋଇଥିଲେ। ବୋଲିଂରେ ଭାରତ ତରଫରୁ ଦୀପକ ଚହର, ଖଲିଲ ଅହମ୍ମଦ, ୟୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ଏ’- ୨୧ ଓଭରର ୧୬୨/୫
(ଲିଣ୍ଡେ- ୫୨*, ବଭୁମା- ୪୦, କ୍ଲସେନ- ୩୧, ଜୋଣ୍ଡୋ- ୨୪, ଚହର- ୧/ ୩୦, ଅହମ୍ମଦ-/୩୮, ଚହଲ- ୧/୨୨, ପଟେଲ- ୧/୧୯)।
ଭାରତ ଏ’- ୨୦ ଓଭରରେ ୧୬୩/୮
(ଇଶାନ- ୫୫, ଅନମୋଲପ୍ରୀତ- ୩୦, କ୍ରୁନାଲ- ୨୩*, ଡାଲା- ୨/୨୫)।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri