Posted inଖେଳ

ଦ୍ୱିତୀୟ ଆଶେସ ଟେଷ୍ଟରୁ ଆଣ୍ଡରସନ ବାଦ୍‌

ଲଣ୍ଡନ, ୬।୮ (ଏଏଫ୍‌ପି)- ଇଂଲଣ୍ଡର ବରିଷ୍ଠ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଡାହାଣ ଗୋଡ଼ର ମାଂସପେଶୀରେ ଆଘାତଜନିତ ସମସ୍ୟା ଦେଇ ଗତି କରୁଥିବା ଆଣ୍ଡରସନ କେବେ ସମ୍ପୂର୍ଣ୍ଣ ଭାବେ ଫିଟ୍‌ ହୋଇ ଦଳକୁ ଫେରିବେ ସେ ନେଇ ଟିମ୍‌ ମ୍ୟାନେଜମେଣ୍ଟ ଅନିଶ୍ଚିତତା ମଧ୍ୟରେ ରହିଛି। ଇଂଲଣ୍ଡ ପକ୍ଷରୁ ଟେଷ୍ଟ କ୍ରିକେଟ୍‌ରେ ସର୍ବାଧିକ ଉଇକେଟ୍‌ ଅକ୍ତିଆର କରିଥିବା ୩୭ ବର୍ଷୀୟ ଏହି ଡାହାଣହାତୀ ବୋଲର ଆଘାତଜନିତ ସମସ୍ୟା ଯୋଗୁ ଏଜ୍‌ବାଷ୍ଟନରେ ଶେଷ ହୋଇଥିବା ପ୍ରଥମ ଆଶେସ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୪ ଓଭର ବୋଲିଂ କରିବାକୁ ସକ୍ଷମ ହୋଇଥିଲେ। ଏହାପରେ ସେ ଆଉ ବୋଲିଂ କରିବାକୁ ଆସି ନ ଥିଲେ। ନିକଟରେ ବିଶ୍ୱ ବିଜୟୀ ହେବାର ସ୍ବାଦ ଚାଖିଥିବା ଇଂଲଣ୍ଡ ଏହି ମ୍ୟାଚ୍‌କୁ ୨୫୧ ରନର ବୃହତ ବ୍ୟବଧାନରେ ପରାସ୍ତ ହୋଇଥିଲା। ଆଣ୍ଡରସନଙ୍କ ସ୍କାନ ରିପୋର୍ଟ ବାହାରିଥିବାବେଳେ ସେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ଫିଟ୍‌ ହେବାର ସମ୍ଭାବନା ନାହିଁ। ଫଳରେ ଅଗଷ୍ଟ ୧୪ରୁ ଲଡର୍‌ସ ଗ୍ରାଉଣ୍ଡରେ ଆରମ୍ଭ ହେବାକୁ ଥିବା ୨ୟ ଟେଷ୍ଟରୁ ତାଙ୍କୁ ବାଦ୍‌ ଦିଆଯାଇଛି ବୋଲି ଇଂଲଣ୍ଡ ଆଣ୍ଡ୍‌ ଓ୍ବେଲ୍ସ କ୍ରିକେଟ୍‌ ବୋର୍ଡ ପକ୍ଷରୁ କୁହାଯାଇଛି। ଏଠାରେ ପ୍ରକାଶଯୋଗ୍ୟ, ଏକ ମାସ ତଳେ ଲଙ୍କାଶାୟର ପକ୍ଷରୁ କାଉଣ୍ଟି ମ୍ୟାଚ୍‌ ଖେଳୁଥିବାବେଳେ ଆଣ୍ଡରସନ ସମାନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଫଳରେ ସେ ଦୀର୍ଘ ଏକମାସ ହେବ ପ୍ରତିଦ୍ୱନ୍ଦ୍ୱୀତାମୂଳକ କ୍ରିକେଟ୍‌ରୁ ଦୂରେଇ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?