Posted inଖେଳ

ଦ୍ୱିତୀୟ ଟି୨୦: ଅଷ୍ଟ୍ରେଲିଆର ସହଜ ବିଜୟ

କାନବେରା,୫।୧୧(ଏଏଫ୍‌ପି)- ବର୍ଷା ଯୋଗୁ ପ୍ରଥମ ଟି୨୦ ମ୍ୟାଚ୍‌ରେ ଅଳ୍ପକେ ବିଜୟ ହାତଛଡ଼ା କରିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ମ୍ୟାଚ୍‌ରେ କିନ୍ତୁ ଭ୍ରମଣକାରୀ ପାକିସ୍ତାନକୁ ସହଜରେ ପରାସ୍ତ କରିଛି। ୯ଟି ବଲ ବାକି ରଖି ଅଷ୍ଟ୍ରେଲିଆ ୭ ଉଇକେଟରେ ବିଜୟୀ ହେବା ସହ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି। ସ୍ଥାନୀୟ ମନୁକା ଓଭାଲ ଗ୍ରାଉଣ୍ଡରେ ସୋମବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ବିଶ୍ୱର ୧ ନମ୍ବର ଟି୨୦ ଦଳ ପାକିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୫୦ ରନ ସଂଗ୍ରହ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ୧୮.୩ ଓଭରରେ ୩ ଉଇକେଟ ହରାଇ ୧୫୧ ରନ କରି ବିଜୟୀ ହୋଇଥିଲା। ୫୧ ବଲରୁ ୧୧ ଚୌକା ଓ ୧ ଛକା ସହ ୮୦ରନର ଅପରାଜିତ ଅର୍ଦ୍ଧଶତକୀୟ ପାଳି ଖେଳି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଷ୍ଟିଭେନ୍‌ ସ୍ମିଥ୍‌ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।

୧୫୧ ରନ ଆଭରେଜ ଟାର୍ଗେଟର ପିଛା କରି ଅଷ୍ଟ୍ରେଲିଆ ପ୍ରଥମେ ତାରକା ଓପନର ଡେଭିଡ ଓ୍ବାର୍ନରଙ୍କୁ ହରାଇଥିଲା। ଗତ ୪ଟି ଇନିଂସରେ ଆଉଟ ହୋଇ ନ ଥିବା ଓ୍ବାର୍ନର ୧୧ ବଲରୁ ୪ ଚୌକା ସହ ୨୦ ରନ କରି ମହମ୍ମଦ ଆମୀରଙ୍କ ଦ୍ୱାରା କ୍ଲିନ୍‌ ବୋଲ୍ଡ ହୋଇଥିଲେ। ସେହିପରି ୩ ଚୌକା ସହ ୧୪ଟି ବଲ୍‌ ଖେଳି ଅଧିନାୟକ ଆରୋନ ଫିଞ୍ଚ୍‌ ମହମ୍ମଦ ଇର୍ଫାନଙ୍କ ବଲ୍‌ରେ ବାବର ଆଜମଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ବେନ୍‌ ମ୍ୟାକଡରମୋଟ ୨୧ ରନ କରିଥିବା ବେଳେ ଇମାଦ ଓ୍ବାସିମଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇଥିଲେ। ଚତୁର୍ଥ ଉଇକେଟରେ ସ୍ମିଥ୍‌ ଓ ଆଷ୍ଟନ ଟର୍ନର ୩୩ ବଲରୁ ଅପରାଜିତ ୪୫ ରନ କରି ଦଳକୁ ଜିତାଇଥିଲେ। ତୃତୀୟ ଉଇକେଟରେ ସ୍ମିଥ୍‌ ଓ ମ୍ୟାକଡରମୋଟ ୪୪ ବଲରୁ ୫୮ ରନ ସଂଗ୍ରହ କରିଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ଇର୍ଫାନ, ଓ୍ବାସିମ ଓ ଆମୀର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri