Posted inଖେଳ

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଇଣ୍ଡିଜ ଦଳରେ ପରିବର୍ତ୍ତନ

ଜାମାଇକା,୨୮।୮(ପିଟି): ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଏଠାରେ ଶୁକ୍ରବାରଠାରୁ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ୧୩ ଜଣିଆ ଇଣ୍ଡିଜ ଦଳରେ ଗୋଟିଏ ପରିବର୍ତ୍ତନ ହୋଇଛି। ଗୋଇଠି ଜନିତ ଆହତ ସମସ୍ୟା ଯୋଗୁ ପ୍ରଥମ ମ୍ୟାଚ୍‌ ଖେଳି ନ ଥିବା କିମୋ ପଲ ଏବେ ସମ୍ପୂର୍ଣ୍ଣ ଫିଟ୍‌। ସେ ପେସର ମିଗୁଏଲ କୁମିନ୍ସଙ୍କ ସ୍ଥାନ ନେବେ। ପ୍ରଥମ ଟେଷ୍ଟ ଖେଳିଥିବା କୁମିନ୍ସ ଉଭୟ ଇନିଂସରେ ମୋଟ ୨୦ ଓଭର ବୋଲିଂ କରି ୬୯ ରନ୍‌ ବ୍ୟୟ କରିଥିଲେ। ହେଲେ ଗୋଟିଏ ଉଇକେଟ ହାସଲ କରିପାରି ନ ଥିଲେ। ପଲଙ୍କୁ ସାମିଲ କରାଯିବା ଦଳରେ ଏକମାତ୍ର ପରିବର୍ତ୍ତନ। ଏଣୁ ବୃହତ୍‌ ପରାଜୟ ବରଣ କରିଥିବା ଓ୍ବେଷ୍ଟଇଣ୍ଡିଜ ଦଳ ପ୍ରାୟ ସମାନ ଖେଳାଳିଙ୍କୁ ନେଇ ଖେଳିବ। ଘରୋଇ ଦଳ ନିକଟରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ପଏଣ୍ଟ ଖାତା ଖୋଲିବା ପାଇଁ ମ୍ୟାଚ୍‌କୁ ଡ୍ର’ କିମ୍ବା ଜିତିବାକୁ ପଡ଼ିବ। ଭାରତୀୟ ଦଳ ପ୍ରଥମ ମ୍ୟାଚ୍‌କୁ ବୃହତ୍‌ ବ୍ୟବଧାନରେ ଜିତି ୬୦ ପଏଣ୍ଟ ସହ ଖାତା ଖୋଲିଛି।
ଓ୍ବେଷ୍ଟଇଣ୍ଡିଜ ଦଳ: ଜାସନ ହୋଲ୍ଡର (ଅଧିନାୟକ), କ୍ରେଗ ବ୍ରାଥଓ୍ବେଟ, ଡାରେନ ବ୍ରାଭୋ, ଶାମର ବ୍ରୁକ୍ସ, ଜନ କମ୍ପବେଲ, ରଷ୍ଟନ ଚେଜ, ରକିମ କର୍ନଓ୍ବାଲ, ଜମର ହାମିଲଟନ, ଶିମରନ ହେଟମେୟର, ଶାଇ ହୋପ, ଶାନନ ଗାବ୍ରିଏଲ, କିମୋ ପଲ ଓ କେମାର ରୋଚ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri