Posted inଖେଳ

ଦ୍ୱିତୀୟ ଟେଷ୍ଟ: ବିଜୟ ଦ୍ୱାରରେ ପାକିସ୍ତାନ

କରାଚୀ, ୨୨।୧୨-ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ବିଜୟର ଦ୍ୱାର ଦେଶରେ ପହଞ୍ଚିଛି। ପ୍ରଥମ ଇନିଂସରେ ୮୦ ରନ ପଛରେ ପଡିଥିଲେ ମଧ୍ୟ ପକିସ୍ତାନ ଦ୍ୱିତୀୟ ଇନିଂସରେ ଦମ୍‌ଦାର ବ୍ୟାଟିଂ କରି ପ୍ରତ୍ୟାବର୍ତ୍ତନ କରିବା ସହ ମ୍ୟାଚ୍‌ ନିୟନ୍ତ୍ରଣକୁ ଆଣିଛି। ଟପ୍‌ ଅର୍ଡର ୪ଜଣ ବ୍ୟାଟ୍ସମ୍ୟାନ ଶତକ ହାସଲ କରି ପାକିସ୍ତାନକୁ ବୃହତ୍‌ ସ୍କୋର ପ୍ରଦାନ କରିଛନ୍ତି। ଦ୍ୱିତୀୟ ଇନିଂସରେ ପାକିସ୍ତାନ ୧୩୧ ଓଭରରେ ୩ ଉଇକେଟ ହରାଇ ୫୫୫ ରନକରି ପାଳି ଘୋଷଣା କରିଛି। ଫଳରେ ଶ୍ରୀଲଙ୍କା ସମ୍ମୁଖୀନରେ ୪୭୬ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି।
ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଶ୍ରୀଲଙ୍କା ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ୬୦.୧ ଓଭରରେ ୭ ଉଇକେଟ ହରାଇ ୨୧୨ ରନ ସଂଗ୍ରହ କରିଛି। ଫଳରେ ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକି ଥିବା ବେଳେ ପାକିସ୍ତାନ ବିଜୟ ପାଇଁ ୩ ଉଇକେଟ ଆବଶ୍ୟକ କରୁଛି। ଅନ୍ୟପଟେ ୩ ଉଇକେଟ ହାତରେ ରଖି ଶ୍ରୀଲଙ୍କା ବିଜୟ ପାଇଁ ୨୬୪ ରନ ଆବଶ୍ୟକ କରୁଛି। ଷ୍ଟମ୍ପ ଅସପାରଣ ବେଳକୁ ଓଶାଡା ଫର୍ନାଣ୍ଡୋ ୧୦୨ ରନର ଶତକୀୟ ପାଳି ଖେଳି ଅପରାଜିତ ରହିଛନ୍ତି। ସେହିପରି ଉଇକେଟକିପର ବ୍ୟାଟ୍ସମ୍ୟାନ ନିରୋଶାନ ଡିକ୍‌ଓ୍ବାଲା ୬୫ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଛନ୍ତି। ଏହି କ୍ରମରେ ଓପନ ତଥା ଅଧିନାୟକ ଦିମୁଥ କରୁଣାରତ୍ନେ ୧୬, ଆଞ୍ଜେଲୋ ମାଥ୍ୟୁସ ୧୯, ଦିଦେଶ ଚାଣ୍ଡିମଲ ୨, ଦିଲରୁଓ୍ବାନ ପେରେରା ୫ ରନକରି ଆଉଟ ହୋଇଥିବା ବେଳେ କୁଶଲ ମେଣ୍ଡିସ୍‌ ଓ ଧନଞ୍ଜୟ ଡି ସିଲଭା ଖାତା ଖୋଲିପାରି ନ ଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ନସିମ ଶାହା ସର୍ବାଧିକ ୩, ଶାହିନ ଶାହ ଆଫ୍ରିଦି, ମହମ୍ମଦ ଆବାସ, ୟସିର ଶାହା ଓ ହାରିସ ସୋହେଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଛନ୍ତି।
ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୩୯୫/୨ରୁ ଖେଳ ଆରମ୍ଭ କରି ପାକିସ୍ତାନ ଇନିଂସ ଘୋଷଣା କରିଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ତଥା ଅଧିନାୟକ ଅଝାର ଅଲି ୫୭ରୁ ଖେଳ ଆରମ୍ଭ କରି ୧୧୮ ରନର ଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ସେହିପରି ୨୨ ରନରୁ ଖେଳ ଆରମ୍ଭ କରି ବାବର ଆଜମ ୧୦୦ ରନ କରି ଅପରାଜିତ ରହିଥିଲେ। ଉଇକେଟକିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ୨୧ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ଲାହିରୁ କୁମାରା ୨ ଓ ଲାସିଥ ଏମ୍ବୁଲଡେନିଆ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ପ୍ରଥମ ଇନିଂସ- ୫୯.୩ ଓଭରରେ ୧୯୧ରେ ଅଲଆଉଟ।
ଶ୍ରୀଲଙ୍କା ପ୍ରଥମ ଇନିଂସ-୮୫.୫ ଓଭରରେ ୨୭୧ରେ ଅଲଆଉଟ।
ପାକିସ୍ତାନ ଦ୍ୱିତୀୟ ଇନିଂସ: ୧୩୧ ଓଭରରେ ୫୫୫/୩ ଇନିଂସ ଘୋଷଣା
(ସାନ ମାସୁଦ- ୧୩୫, ଆବିଦ ଅଲି- ୧୭୪, ଅଝାର ଅଲି- ୧୧୮, ବାବର ଆଜମ- ୧୦୦*, ଲାହିରୁ କୁମାରା- ୨/୧୩୯, ଲାସିଥ ଏମ୍ବୁଲଡେନିଆ- ୧/୧୯୩)।
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ- ୬୦.୧ ଓଭରରେ ୨୧୨/୭
(ଓଶାଡା ଫର୍ଣ୍ଣାଣ୍ଡୋ- ୧୦୨*, ନିରୋଶାନ ଡିକ୍‌ଓ୍ବାଲା- ୬୫, ନିସମ ଶାହା- ୩/୩୧)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri