Posted inଖେଳ

ଦ୍ୱିତୀୟ ଟେଷ୍ଟ: ଶ୍ରୀଲଙ୍କା ଅଗ୍ରଣୀ

କରାଚୀ,୨୧।୧୨- ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଶ୍ରୀଲଙ୍କା ପ୍ରଥମ ଇନିଂସରେ ଅଗ୍ରଣୀ ହୋଇଛି। ଟସ୍‌ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ପ୍ରଥମ ଇନିଂସରେ ୫୯.୩ ଓଭରରେ ୧୯୧ ରନକରି ଅଲଆଉଟ୍‌ ହୋଇଛି। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଶ୍ରୀଲଙ୍କା ୮୫.୫ ଓଭରରେ ୨୭୧ ରନ କରି ଅଲଆଉଟ ହୋଇ ୮୦ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି। ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ପାକିସ୍ତାନ ଶୁକ୍ରବାର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୪ ଓଭରରେ କୌଣସି ଉଇକେଟ ନ ହରାଇ ୫୭ ରନ ସଂଗ୍ରହ କରି ପ୍ରତ୍ୟାବର୍ତ୍ତନ କରିଛି। ଫଳରେ ପାକିସ୍ତାନ ଏବେ ୧୦ ଉଇକେଟ ହାତରେ ରଖି ୨୩ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ସାନ ମାସୁଦ ୨୧ ଓ ଆବିଦ ଅଲି ୩୨ ରନ କରି ଅପରାଜିତ ରହିଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୬୩/୩ରୁ ଖେଳ ଆରମ୍ଭ କରି ଶ୍ରୀଲଙ୍କା ଅଲଆଉଟ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ଆଞ୍ଜେଲୋ ମାଥ୍ୟୁସ୍‌ ୮ ରନରୁ ଖେଳ ଆରମ୍ଭ କରି ୧୩ ଓ ଲସିଥ ଏମ୍ବୁଲଡେନିଆ ୩ ରନରୁ ଖେଳ ଆରମ୍ଭ କରି ୧୩ ରନ କରି ଆଉଟ ହୋଇଛନ୍ତି। ଏହାପରେ ଧନଞ୍ଜୟ ଡି ସିଲଭା ୩୨, ଉଇକେଟ କିପର ବ୍ୟାଟ୍ସମ୍ୟାନ ନିରୋଶାନ ଡିକ୍‌ଓ୍ବାଲା ୨୧, ଦୀନେଶ ଚାଣ୍ଡିମଲ ୭୪, ଦିଲରୁଓ୍ବାନ ପେରେରା ୪୮ ଓ ଲାହିରୁ କୁମାରା ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ୧୯ ବର୍ଷୀୟ ଦ୍ରୁତ ବୋଲର ଶାହିନ ଶାହା ଆଫ୍ରିଦି ସର୍ବାଧିକ ୫, ମହମ୍ମଦ ଆବାସ ୪ ଓ ହାରିସ ସୋହେଲ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ପ୍ରଥମ ଇନିଂସ- ୫୯.୩ ଓଭରରେ ୧୯୧।
ଶ୍ରୀଲଙ୍କା ପ୍ରଥମ ଇନିଂସ- ୮୫.୫ ଓଭରରେ ୨୭୧ ଅଲଆଉଟ
(ଚାଣ୍ଡିମଲ- ୭୪, ଦିଲରୁଓ୍ବାନ- ୪୮, ଧନଞ୍ଜୟ- ୩୨, କରୁଣାରତ୍ନେ- ୨୫, ଡିକ୍‌ଓ୍ବାଲା- ୨୧, ଆଫ୍ରିଦି- ୫/୭୭, ଆବାସ- ୪/୫୫, ସୋହେଲ- ୧/୧୧)।
ପାକିସ୍ତାନ ଦ୍ୱିତୀୟ ଇନିଂସ- ୧୪ ଓଭରରେ ୫୭/୦
(ମାସୁଦ- ୨୧, ଆବିଦ- ୩୨)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri