ଦ୍ୱିତୀୟ ଦିନରେ ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ:ରାଁସୋଳକୁ ପରାସ୍ତକରି ଫାଇନାଲରେ ଚିଙ୍ଗୁଡ଼ିପାଳ

କାଳିଆପାଣି,୬ା୯(ଡି.ଏନ୍‌.ଏ.)- ଖଣି ନିଗମ କାଳିଆପାଣି ଟାଉନଶିପ କଲୋନୀ ପଡ଼ିଆରେ ଚାଲିଥିବା (ଓଡ଼ିଶା ଖଣି ନିଗମ) ଓଏମ୍‌ସି କପ୍‌ ଫୁଟବଲ ଟୁର୍ନାମେଣ୍ଟ ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଏହି ଅବସରରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଯୋଗଦେଇ ଖଣି ପ୍ରଭାବିତ ୧୦ ପଞ୍ଚାୟତକୁ ନେଇ ଆୟୋଜିତ ପ୍ରତିଯୋଗିତା ଏକ ରାଜ୍ୟସ୍ତରୀୟ ଟୁର୍ନାମେଣ୍ଟଠାରୁ କମ୍‌ ନୁହେଁ ବୋଲି କହିଥିଲେ। ଏଥିସହ କ୍ରୀଡ଼ାର ବିକାଶ ଓ ପ୍ରତିଭା ଅନ୍ବେଷଣ ପାଇଁ ଆୟୋଜନ କରିଥିବା ଓଡ଼ିଶା ଖଣି ନିଗମ,ସୌରିକ ଆଥଲେଟିକ ଆସୋସିଏଶନ, ଶ୍ରମିକ ସଂଗଠନକୁ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ପ୍ରଭାତ ପ୍ରଧାନ ସଭାପତିତ୍ୱ କରିଥିବାବେଳେ ଶ୍ରମିକ ସଂଗଠନ ସାଧାରଣ ସମ୍ପାଦକ ନାରାୟଣ ଚନ୍ଦ୍ର ଧୀର ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଭଗବତୀ ମହାନ୍ତ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଦ୍ୱତୀୟ ଦିନରେ ୪ଟି ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ପ୍ରଥମ ନକ୍‌ଆଉଟ ମ୍ୟାଚ୍‌ରେ ରାଁସୋଳ ପଞ୍ଚୟତ ଫୁଟବଲ ଦଳ କିଆଝର ଦଳକୁ (୨-୦) ଗୋଲ୍‌ରେ ପରାସ୍ତ କରିଥିବା ବେଳେ ଚିଙ୍ଗୁଡ଼ିପାଳ ପଞ୍ଚାୟତ ଦଳ କୁହିକା ପଞ୍ଚାୟତ ଦଳକୁ (୩-୦) ଗୋଲ୍‌ରେ ପରାସ୍ତ କରିଥିଲ। ସେହିପରି କାଳିଆପାଣି ପଞ୍ଚୟତ ଦଳ ପିମ୍ପୁଡ଼ିଆକୁ (୨-୦) ଗୋଲ୍‌ରେ ପରାସ୍ତ କରିଥିଲା। ପରେ ସେମିଫାଇନାଲ ମ୍ୟାଚ୍‌ ଚିଙ୍ଗୁଡ଼ିପାଳ ଓ ରାଁସୋଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ ଟାଇବ୍ରେକର ଜରିଆରେ ଚିଙ୍ଗୁଡ଼ିପାଳ ରାଁସୋଳକୁ (୩-୧) ଗୋଲ୍‌ରେ ପରାସ୍ତ କରି ଫାଇନାଲକୁ ପ୍ରବେଶ କରିଛି। ପ୍ରଭାକର ବେହେରା, ଉତ୍କତ୍ଳମଣି ବେହେରା, ସ୍ବପ୍ନେଶ୍ୱର କଅଁର ରେଫରି ଭାବେ ଖେଳ ପରିଚାଳନା କରିଥିଲେ। ଗୋଲକ ଦେହୁରୀ ,ସଞ୍ଜୀବ ଚାତାର, ଦିଲୀପ ସର୍ଦ୍ଦାର ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri