Posted inଖେଳ

ଦ୍ୱିତୀୟ ଦିନିକିଆ: ଭାରତର ବୃହତ୍‌ ବିଜୟ

ବିଶାଖାପାଟଣା,୧୮।୧୨ (ପି.ଟି.)- ପ୍ରଥମ ଦିନିକିଆର ପରାଜୟ ପରେ ଘରୋଇ ଭାରତ ଦୃଢ ପ୍ରତ୍ୟାବର୍ତ୍ତନ କରିଛି। ବ୍ୟାଟିଂ ଓ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରି ଭାରତ ସ୍ଥାନୀୟ ୟାଇଏସ୍‌ଆର କ୍ରିକେଟ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜକୁ ୧୦୭ ରନରେ ପରାସ୍ତ କରିଛି। ଏଥିସହିତ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ୧-୧ ସମାନସ୍ତରରେ ପହଞ୍ଚିଛି। ଶତକ ହାସଲ କରିଥିବା ଦୁଇ ଓପନର ରୋହିତ ଶର୍ମା ଓ ଲୋକେଶ ରାହୁଲ ଦ୍ୱିଶତକୀୟ ଭାଗୀଦାରି ସ୍ଥାପନ କରି ଭାରତକୁ ବୃହତ୍‌ ସ୍କୋର ପ୍ରଦାନ କରିଥିଲେ। ବୋଲିଂରେ ରିଷ୍ଟ ସ୍ପିନର କୂଲଦୀପ ଯାଦବ ହ୍ୟାଟ୍ରିକ ଉଇକେଟ ନେଇ ଓ୍ବେଷ୍ଟଇଣ୍ଡିଜର ବିପର୍ଯ୍ୟୟ ଘଟାଇଥିଲେ ଓ ଭାରତର ବିଜୟକୁ ସହଜ କରାଇଥିଲେ। ଟସ୍‌ ଜିତି ଓ୍ବେଷ୍ଟଇଣ୍ଡିଜ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୫ ଉଇକେଟ ହରାଇ ୩୮୭ ରନ ସଂଗ୍ରହ କରିଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ୪୩.୩ ଓଭରରେ ୨୮୦ ରନ କରି ଅଲଆଉଟ ହେବା ସହ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ଭଲିରେ ଭାରତକୁ ମିଳିଲା ବ୍ରୋଞ୍ଜ ପଦକ

ଅହମ୍ମଦାବାଦରେ,୨୮।୬: AVC କପ୍‌ ପୁରୁଷ ଭଲିବଲରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ବାହାରିନକୁ ୪ ସେଟ୍‌ ମୁକାବିଲାରେ ଭାରତ ହରାଇ ଏହି ପଦକ ହସଲ…

ଚିତ୍କାର-ଧୂଆଁ-ମୃତ୍ୟୁ…ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା, ୧୪ମୃତ

ରିୟାଦ,୨୮।୬: ସାଉଦି ଆରବର ରାସ୍ ତନୁରା ଅଞ୍ଚଳରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି…

IND vs IRE: ପୁଣି ନିରାଶ ହେଲେ ବୈଭବ; କିଏ ସେହି ସୂର୍ଯ୍ୟାଂଶ-ପ୍ରିନ୍ସ, ଯାହାଙ୍କୁ ମିଳିଲା ସୁଯୋଗ?

ବେଲଫାଷ୍ଟ,୨୮।୬: ଭାରତ ଏବଂ ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ଆରମ୍ଭ ବେଶ୍ ରୋମାଞ୍ଚକର ରହିଛି, ଯେଉଁଠାରେ ଘରୋଇ ଦଳ ପ୍ରଥମ ମ୍ୟାଚ୍‌ରେ ଭାରତକୁ ହରାଇ ଇତିହାସ…

ଏକାସଙ୍ଗେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ୩ କ୍ରିକେଟର, ଲୁହରେ ଭିଜିଲା…

ନୂଆଦିଲ୍ଲୀ,୨୮।୬: ICC ମହିଳା T20 ବିଶ୍ୱକପ 2026 ର ଗ୍ରୁପ B ର ଦୁଇ ସେମିଫାଇନାଲିଷ୍ଟ ନିର୍ଣ୍ଣୟ କରାଯାଇଛି। ଶନିବାର ଇଂଲଣ୍ଡ ବିପକ୍ଷରେ ଏକ ଦମଦାର ପରାଜୟ…

ସିୟା-ଚେତନଙ୍କ ପ୍ରେମ କାହାଣୀର କ୍ରିକେଟ ସହ ରହିଛି ବିଶେଷ ସମ୍ପର୍କ, ପ୍ରଥମ ସାକ୍ଷାତର କାହାଣୀ ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବ

ପୁଣେ,୨୮।୬: କେତନ ଅଗ୍ରୱାଲ ହତ୍ୟା ମାମଲାର ଦୁଇ ମୁଖ୍ୟ ଅଭିଯୁକ୍ତ – ସିୟା ଗୋୟଲ ଏବଂ ଚେତନ ଚୌଧୁରୀଙ୍କ ସମ୍ପର୍କରେ ଏକ ନୂଆ ଦିଗ ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri