Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଅପରାହ୍ନ ୪ଟାରେ କୋଭିଡ-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ୨୦ ଲକ୍ଷ କୋଟି ଟଙ୍କାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଏଥିରେ ପ୍ରବାସୀ ଶ୍ରମିକ ଏବଂ ସହରାଞ୍ଚଳର ଗରିବ ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ଭଡାଗୃହ ଯୋଜନା ଆରମ୍ଭ କରାଯିବ। ଓ୍ବାନ ନେଶନ ଓ୍ବାନ ରାଶନ କାର୍ଡ ଯୋଜନା ପ୍ରତି ରାଜ୍ୟରେ ଲାଗୁ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ପ୍ରବାସୀ ଯେଉଁଠି ଥିଲେ ମଧ୍ୟ ଏହି ରାଶନ କାର୍ଡ ବ୍ୟବହାର କରିପାରିବେ। ଯେଉଁମାନଙ୍କ ପାଖରେ କାର୍ଡ ନ ଥିବ ସେମାନଙ୍କୁ ୫ କିଲୋଗ୍ରାମ ଗହମ, ଚାଉଳ ଓ ଏକ କିଲୋଗ୍ରାମ ଡାଲି ଯୋଗାଇ ଦିଆଯିବ। ଏହାଦ୍ୱାରା ପ୍ରାୟ ୮ କୋଟି ପ୍ରବାସୀ ଉପକୃତ ହେବେ। ଏଥିପାଇଁ ୩,୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଯେଉଁଠାରେ ଶ୍ରମିକମାନେ ବିପଜ୍ଜନକ ସ୍ଥାନରେ କାର୍ଯ୍ୟ କରୁଛନ୍ତି ସେମାନେ ଇଏସ୍‌ଆଇ କରିବାକୁ ବାଧ୍ୟ। ମହିଳାମାନେ ରାତିରେ କାମ କରୁଥିଲେ ସେମାନଙ୍କ ପାଇଁ ସେପ୍ଟି ଗାର୍ଡ ସୁବିଧା ଯୋଗାଇ ଦିଆଯିବ। ଲୋକମାନଙ୍କୁ କୌଣସି ଏଜେନ୍ସି ନୁହେଁ ବରଂ ସିଧାସଳଖ କାମ ଯୋଗାଇ ଦିଆଯିବ। ଯାହାଫଳରେ ଶ୍ରମିକମାନେ ଲାଭ ପାଇବେ। ନିଜ ରାଜ୍ୟକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କୁ ମନରେଗା ସାହାଯ୍ୟରେ କାମ ଦିଆଯିବ। ଏଥିପାଇଁ ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ଶ୍ରମିକମାନଙ୍କର ହାରାହାରି ବେତନ ୨୦୨ ଟଙ୍କାକୁ ବୃଦ୍ଧି କରାଯାଇଛି। ତାଙ୍କର କାର୍ଯ୍ୟ ସମୟ ମଧ୍ୟ ବୃଦ୍ଧି କରାଯାଇଛି ବୋଲି କହିଛନ୍ତି ଅର୍ଥମନ୍ତ୍ରୀ। ସୂଚନାଯୋଗ୍ୟ, ଏହାର ପ୍ରଥମ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ବୁଧବାର ଅର୍ଥମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇଥିବା ବେଳେ ଏଥିରେ କ୍ଷୁଦ୍ର ଉଦ୍ୟୋଗକୁ ବଡ ଆଶ୍ୱସନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri