ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ: ୧୮ରେ ୨୭୯ ପ୍ରାର୍ଥୀଙ୍କ ଭାଗ୍ୟପରୀକ୍ଷା

ଭୁବନେଶ୍ୱର,୧୭ା୪(ବ୍ୟୁରୋ)
ଆସନ୍ତା ୧୮ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ସେଥିପାଇଁ ମଙ୍ଗଳବାର ଅପରାହ୍ନ ୫ଟା ସୁଦ୍ଧା ନିର୍ବାଚନ ପ୍ରଚାର ଶେଷ ହୋଇଛି। ମତଦାନ ପରିଚାଳନା ପାଇଁ କର୍ମଚାରୀମାନେ ନିର୍ବାଚନ ସାମଗ୍ରୀ ଧରି ଗନ୍ତବ୍ୟସ୍ଥଳକୁ ଗସ୍ତ କରିଛନ୍ତି। ଏହି ଦ୍ୱିତୀୟ ପର୍ଯ୍ୟାୟରେ ୫ ଲୋକ ସଭା ଆସନ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସିକା ଏବଂ ଏହା ଅଧୀନ ୩୫ ବିଧାନସଭା ଆସନ ଲାଗି ନିର୍ବାଚନ ଅନୁଷ୍ଠିତ ହେବ। ୩୫ ବିଧାନସଭା ଆସନ ପାଇଁ ୨୪୪ ଏବଂ ୫ ଲୋକ ସଭା ଆସନ ପାଇଁ ୩୫ ଜଣ ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୋଟ ୨୭୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ ୭୬ ଲକ୍ଷ ୯୩ ହଜାର ୧୨୩ ଭୋଟର।
ଏହି ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀ ଗଞ୍ଜାମ ଜିଲାର ହିଞ୍ଜିଳି ଏବଂ ବରଗଡ଼ ଜିଲାର ବିଜେପୁରରୁ ପ୍ରାର୍ଥୀ ହୋଇଛନ୍ତି। ତେଣୁ ଏହି ୨ ନିର୍ବାଚନମଣ୍ଡଳୀ ଉପରେ ସମସ୍ତଙ୍କ ନଜର ରହିଛି। ଏହି ପର୍ଯ୍ୟାୟରେ ନିର୍ବାଚନ ଲଢ଼ୁଥିବା ଅନ୍ୟ ପ୍ରମୁଖ ନେତାମାନେ ହେଲେ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟ, କଳିକେଶ ନାରାୟଣ ସିଂଦେଓ, ଅଚ୍ୟୁତ ସାମନ୍ତ, ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସ୍ନେହାଙ୍ଗିନୀ ଛୁରିଆ, ସୁଶାନ୍ତ ସିଂ, ନବ ଦାସ, କିଶୋର ମହାନ୍ତି, ଭାଜପାର କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ସୁରେଶ ପୂଜାରୀ, ସଙ୍ଗୀତା ସିଂଦେଓ, କନକବର୍ଦ୍ଧନ ସିଂଦେଓ, ମହାମେଘବାହନ ଐର ଖାରବେଳ ସ୍ବାଇଁ, ପ୍ରଦୀପ ପୁରୋହିତ, ରାଧାରାଣୀ ପଣ୍ଡା, ପୀତାମ୍ବର ଆଚାର୍ଯ୍ୟ, କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର, ଜର୍ଜ ତିର୍କୀ, ସୁରେନ୍ଦ୍ର ସିଂ ଭୋଇ, ସନ୍ତୋଷ ସିଂ ସାଲୁଜା।
ସୂଚନାଥାଉ କି, ୨୦୧୪ରେ ଉପରୋକ୍ତ ୩୫ ବିଧାନସଭା ଆସନରୁ ବିଜେଡି ୨୪, ଭାଜପା ୪, କଂଗ୍ରେସ ୫ ଏବଂ ଅନ୍ୟାନ୍ୟ ୨ଟିରେ ବିଜୟୀ ହୋଇଥିଲେ। ସେହିପରି ୫ ଲୋକ ସଭା ଆସନ ମଧ୍ୟରୁ ବିଜେଡି ୪ ଏବଂ ଭାଜପା ଗୋଟିଏ ଅକ୍ତିଆର କରିଥିଲା।

କେଉଁଠି ହେବ ଭୋଟ
୫ ଲୋକ ସଭା ଆସନ
ବରଗଡ, ସୁନ୍ଦରଗଡ, ବଲାଙ୍ଗୀର, କନ୍ଧମାଳ ଏବଂ ଆସିକା
୩୫ ବିଧାନସଭା ଆସନ
ପଦମ୍‌ପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲୀ, ବ୍ରଜରାଜନଗର, ଝାରସୁଗୁଡ଼ା, ତଲସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲ୍ଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗୀର, ଟିଟିଲାଗଡ, କଣ୍ଟାବାଞ୍ଜି, ବାଲିଗୁଡା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଳା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲ୍ଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି ଏବଂ ହିଞ୍ଜିଳି।


Enter your email to get our daily news in your inbox.

All Right Reserved By Dharitri.Com

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri