ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ: ୧୮ରେ ୨୭୯ ପ୍ରାର୍ଥୀଙ୍କ ଭାଗ୍ୟପରୀକ୍ଷା

ଭୁବନେଶ୍ୱର,୧୭ା୪(ବ୍ୟୁରୋ)
ଆସନ୍ତା ୧୮ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ସେଥିପାଇଁ ମଙ୍ଗଳବାର ଅପରାହ୍ନ ୫ଟା ସୁଦ୍ଧା ନିର୍ବାଚନ ପ୍ରଚାର ଶେଷ ହୋଇଛି। ମତଦାନ ପରିଚାଳନା ପାଇଁ କର୍ମଚାରୀମାନେ ନିର୍ବାଚନ ସାମଗ୍ରୀ ଧରି ଗନ୍ତବ୍ୟସ୍ଥଳକୁ ଗସ୍ତ କରିଛନ୍ତି। ଏହି ଦ୍ୱିତୀୟ ପର୍ଯ୍ୟାୟରେ ୫ ଲୋକ ସଭା ଆସନ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସିକା ଏବଂ ଏହା ଅଧୀନ ୩୫ ବିଧାନସଭା ଆସନ ଲାଗି ନିର୍ବାଚନ ଅନୁଷ୍ଠିତ ହେବ। ୩୫ ବିଧାନସଭା ଆସନ ପାଇଁ ୨୪୪ ଏବଂ ୫ ଲୋକ ସଭା ଆସନ ପାଇଁ ୩୫ ଜଣ ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୋଟ ୨୭୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ ୭୬ ଲକ୍ଷ ୯୩ ହଜାର ୧୨୩ ଭୋଟର।
ଏହି ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀ ଗଞ୍ଜାମ ଜିଲାର ହିଞ୍ଜିଳି ଏବଂ ବରଗଡ଼ ଜିଲାର ବିଜେପୁରରୁ ପ୍ରାର୍ଥୀ ହୋଇଛନ୍ତି। ତେଣୁ ଏହି ୨ ନିର୍ବାଚନମଣ୍ଡଳୀ ଉପରେ ସମସ୍ତଙ୍କ ନଜର ରହିଛି। ଏହି ପର୍ଯ୍ୟାୟରେ ନିର୍ବାଚନ ଲଢ଼ୁଥିବା ଅନ୍ୟ ପ୍ରମୁଖ ନେତାମାନେ ହେଲେ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟ, କଳିକେଶ ନାରାୟଣ ସିଂଦେଓ, ଅଚ୍ୟୁତ ସାମନ୍ତ, ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସ୍ନେହାଙ୍ଗିନୀ ଛୁରିଆ, ସୁଶାନ୍ତ ସିଂ, ନବ ଦାସ, କିଶୋର ମହାନ୍ତି, ଭାଜପାର କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ସୁରେଶ ପୂଜାରୀ, ସଙ୍ଗୀତା ସିଂଦେଓ, କନକବର୍ଦ୍ଧନ ସିଂଦେଓ, ମହାମେଘବାହନ ଐର ଖାରବେଳ ସ୍ବାଇଁ, ପ୍ରଦୀପ ପୁରୋହିତ, ରାଧାରାଣୀ ପଣ୍ଡା, ପୀତାମ୍ବର ଆଚାର୍ଯ୍ୟ, କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର, ଜର୍ଜ ତିର୍କୀ, ସୁରେନ୍ଦ୍ର ସିଂ ଭୋଇ, ସନ୍ତୋଷ ସିଂ ସାଲୁଜା।
ସୂଚନାଥାଉ କି, ୨୦୧୪ରେ ଉପରୋକ୍ତ ୩୫ ବିଧାନସଭା ଆସନରୁ ବିଜେଡି ୨୪, ଭାଜପା ୪, କଂଗ୍ରେସ ୫ ଏବଂ ଅନ୍ୟାନ୍ୟ ୨ଟିରେ ବିଜୟୀ ହୋଇଥିଲେ। ସେହିପରି ୫ ଲୋକ ସଭା ଆସନ ମଧ୍ୟରୁ ବିଜେଡି ୪ ଏବଂ ଭାଜପା ଗୋଟିଏ ଅକ୍ତିଆର କରିଥିଲା।

କେଉଁଠି ହେବ ଭୋଟ
୫ ଲୋକ ସଭା ଆସନ
ବରଗଡ, ସୁନ୍ଦରଗଡ, ବଲାଙ୍ଗୀର, କନ୍ଧମାଳ ଏବଂ ଆସିକା
୩୫ ବିଧାନସଭା ଆସନ
ପଦମ୍‌ପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲୀ, ବ୍ରଜରାଜନଗର, ଝାରସୁଗୁଡ଼ା, ତଲସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲ୍ଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗୀର, ଟିଟିଲାଗଡ, କଣ୍ଟାବାଞ୍ଜି, ବାଲିଗୁଡା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଳା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲ୍ଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି ଏବଂ ହିଞ୍ଜିଳି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri