ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି ଜୋର

ବାରିପଦା ଅଫିସ, ୩୦।୬- ବିଶ୍ୱ ବିଖ୍ୟାତ ପୁରୀ ରଥଯାତ୍ରା ପରେ ବାରିପଦା ସ୍ବତନ୍ତ୍ର ଗୁରୁତ୍ୱ ରଖୁଥିବାରୁ ଏହାକୁ ‘ଦ୍ୱିତୀୟ ଶ୍ରୀକ୍ଷେତ୍ର’ ମାନ୍ୟତା ପ୍ରଦାନ ଦାବି ଜୋର ଧରିଛି। ବାରିପଦା ଜଗନ୍ନାଥ ମନ୍ଦିରର ସେବାୟତମାନେ ଶନିବାର ଭୁବନେଶ୍ୱର ଯାଇ ରାଜ୍ୟ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଦାବି ଉପସ୍ଥାପନ କରିଛନ୍ତି। ମନ୍ଦିରର ବିଭିନ୍ନ ସମସ୍ୟା ସମ୍ପର୍କରେ ସେମାନେ ଦୃଷ୍ଟି ଆକର୍ଷଣ କରି ୧୧ ଦଫା ଦାବିପତ୍ର ଦେଇଛନ୍ତି। ପୂର୍ଣ୍ଣ କ୍ଷମତାପ୍ରାପ୍ତ ସ୍ଥାୟୀ ଦେବୋତ୍ତର ନିର୍ବାହୀ ନିଯୁକ୍ତି, ଦେବୋତ୍ତର ସମ୍ପତ୍ତିର ପୁନରୁଦ୍ଧାର ସହ ସୁରକ୍ଷା ଏବଂ ସେବାୟତମାନେ ପାଉଥିବା ସର୍ବନିମ୍ନ ମାସିକ ଭତ୍ତା ବୃଦ୍ଧି ଲାଗି ଏଥିରେ ଦାବି କରାଯାଇଛିି। ମୁଖ୍ୟମନ୍ତ୍ରୀ ଦାବିଗୁଡିକୁ ଶୁଣିବା ପରେ ଏହାକୁ ପୂରଣ କରିବା ଲାଗି ବିଚାର କରାଯିବ ବୋଲି କହିଛନ୍ତି।
ଚଳିତବର୍ଷ ରଥଯାତ୍ରା ପାଖେଇ ଆସିଥିବାରୁ ଏହା ସରିବା ପରେ ଆଗାମୀ ଜୁଲାଇ ୧୭ ତାରିଖରେ ଭୁନନେଶ୍ୱରରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସେବାୟତବୃନ୍ଦ, ମୟୂରଭଞ୍ଜ ଜିଲାପାଳ, ବାରିପଦା ଉପଜିଲାପାଳ ଓ ବିଭିନ୍ନ ଅଧିକାରୀଙ୍କୁ ନେଇ ଏକ ବୈଠକ ବସିବ। ଏସବୁ ପ୍ରସଙ୍ଗ ନେଇ ଆଲୋଚନା କରାଯିବ। ଦାବି ପୂରଣ ହେବା ପରେ ମୁଖ୍ୟମନ୍ତ୍ରୀ ବାରିପଦା ଆସିବେ ବୋଲି ସେବାୟତମାନଙ୍କୁ କହିଥିଲେ। ଆଲୋଚନା ବେଳେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି, ମନ୍ଦିର ପୂଜକ କାମେଶ୍ୱର ତ୍ରୀପାଠୀ, ବିମଳ ଲୋଚନ ଦେଓଘରିଆ, ରାଧାଶ୍ୟାମ ମହାପାତ୍ର, ଜୟନ୍ତ ତ୍ରୀପାଠୀ, ରଥ ମହାପାତ୍ର ମୃତ୍ୟୁଞ୍ଜୟ ମହାପାତ୍ର , ଚଣ୍ଡି ପ୍ରସାଦ ଦାସ, ମାଙ୍ଗାତ ସୋରେନ, ରବି ନାରାୟଣ ଦ୍ୱିବେଦୀ, ବିଜେଡି ନେତା ସୁନିଲ ଦାଶ ଓ ବାରିପଦା ପୌର ପରିଷଦର ପୂର୍ବତନ ନଗରପାଳ କୃଷ୍ଣାନନ୍ଦ ମହାନ୍ତିି ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କୁ ବାରିପଦା ଜଗନ୍ନାଥ ମନ୍ଦିରର ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଏକ ଫଟୋଚିତ୍ର ପ୍ରଦାନ କରିଥିଲେ।
ଗତ ସାଧାରଣ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜ ଗସ୍ତରେ ଆସିଥିବା ବେଳେ ଗତ ଏପ୍ରିଲ ୨୫ତାରିଖରେ ବାରିପଦା ଜଗନ୍ନାଥ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ଏହି ସମୟରେ ସେବାୟତମାନେ ଉପରୋକ୍ତ ଦାବି ସମ୍ପର୍କରେ ତାଙ୍କୁ ଲିଖିତ ଭବେ ଜଣାଇଥିଲେ। ନିର୍ବାଚନ ପ୍ରକିୟା ଚାଲୁ ରହିଥିବାରୁ ଏ ବିଷୟରେ ପରେ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ା ନିର୍ବାଚନ ସରିବା ପରେ କୌଣସି ପଦକ୍ଷେପ ନିଆ ନ ଯିବାରୁ ଗତ ୧୯ତାରଖ ପୂର୍ବାହ୍ନ ୭ରେ ସେବାୟତମାନେ ମହାପ୍ରଭୁଙ୍କ ମନ୍ଦିର ବେଢ଼ାରୁ ଭୁବନେଶ୍ୱର ଅଭିମୁଖେ ପଦଯାତ୍ରାରେ ବାହାରିଥିଲେ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସକାଶେ ସେମାନେ ଏଭଳି ପଦକ୍ଷେପ ନେଇଥିଲେ। ବାରିପଦା ଉପଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଓ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାର୍ଣ୍ଡି ସେବାୟତମାନଙ୍କୁ ବୁଝାସୁଝା କରାଇ ବାଟରୁ ଫେରାଇ ଆଣିଥିଲେ। ଏବେ ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲେ ମଧ୍ୟ ସେବାୟତଙ୍କ ଦାବି ଉପରେ କୌଣସି ଆଲୋଚନା ନ ହେବାରୁ ସେମାନେ ରଥଯାତ୍ରାରେ ଅସହଯୋଗ କରିବା ସହ ପୁଣି ଥରେ ଭୁବନେଶ୍ୱର ପଦଯାତ୍ରାରେ ବାହାରିବେ ବୋଲି ଚେତାବନୀ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଆଜିର ଆଲୋଚନା ଯଥେଷ୍ଟ ଗୁରୁତ୍ୱ ରଖୁଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri