ବ୍ରହ୍ମପୁର ଅଫିସ,୧୭ା୫-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ପୁଣି ଖେଳ ଖେଳିଛି ା ଗୁରୁବାର ଆରମ୍ଭ ହୋଇଥିବା ସ୍ନାତକୋତ୍ତର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ପ୍ରଥମ ଦିନରେ ପ୍ରଶ୍ନପତ୍ରରେ ତ୍ରୁଟି ଦେଖାଦେଇଛି। ‘ଅର୍ଗାନିକ୍ କେମିଷ୍ଟ୍ରି’ ବିଷୟରେ ପୁୁରୁଣା ସିଲାବସରୁ ପ୍ରଶ୍ନ ଆସିଥିବା ଅଭିଯୋଗ ହୋଇଛି ା ପୂର୍ବରୁ ଉକ୍ତ ବିଭାଗର ପ୍ରଥମ ସେମିଷ୍ଟର ପରୀକ୍ଷାରେ ପୁରୁଣା ସିଲାବସରୁ ପ୍ରଶ୍ନ ଆସିଥିବା ବେଳେ ପୁଣି ଦ୍ୱିତୀୟ ସେମିଷ୍ଟର ପରୀକ୍ଷାର ପ୍ରଥମ ଦିନରେ ଏହାର ପୁନରାବୃତ୍ତି ହୋଇଥିବା ଜଣାପଡିଛି ା ଏହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ା ଅନ୍ୟପଟରେ ବିଭାଗର ଛାତ୍ରୀଛାତ୍ରମାନେ ଗୁରୁବାର ପରୀକ୍ଷା ଦେବାକୁ ମନା କରିବା ସହ ପୁନର୍ବାର ନୂତନ ସିଲାବସ ଅନୁସାରେ ପ୍ରଶ୍ନପତ୍ର ପ୍ରସ୍ତୁତ କରି ପରୀକ୍ଷା କରିବାକୁ ପରୀକ୍ଷା ନିୟନ୍ତ୍ରକ ଓ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି ା ତେବେ ଏଭଳି ଘଟଣା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅପାରଗତା ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ଖାମଖିଆଲି ମନୋଭାବକୁ ପଦାରେ ପକାଇଛି ା
ଛାତ୍ରୀଛାତ୍ରଙ୍କ ଦାବି ପରେ ଗୁରୁବାରରୁ ସ୍ନାତ୍ତକୋତ୍ତର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି ା କିନ୍ତୁ ପ୍ରଥମ ଦିନ ପରୀକ୍ଷାରୁ ହିଁ ପ୍ରଶ୍ନପତ୍ରରେ ତ୍ରୁଟିକୁ ନେଇ ଛାତ୍ର ଅସନ୍ତୋଷ ଦେଖାଦେଇଥିଲା ା ‘ଅର୍ଗାନିକ କେମିଷ୍ଟ୍ରି’ ପ୍ରଶ୍ନପତ୍ରରେ ୬୦ ରୁ ୭୦ ପ୍ରତିଶତ ପ୍ରଶ୍ନ ପୁରୁଣା ସିଲାବସରୁ ଆସିଥିବା ଜଣାପଡିଥିଲା। ଏହାପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲାା ପୂର୍ବରୁ ସ୍ନାତକୋତ୍ତର ପ୍ରଥମ ସେମିଷ୍ଟର ପରୀକ୍ଷା ବେଳେ ରସାୟନ ବିଜ୍ଞାନ ବିଭାଗର ଗୋଟିଏ ପେପର ପ୍ରଶ୍ନପତ୍ରରେ ପୁରୁଣା ସିଲାବସର ପ୍ରଶ୍ନ ଆସିଥିଲା ା ସେହି ସମୟରେ ଗ୍ରେସ ମାର୍କ ଦେବାକୁ କୁହାଯାଇଥିଲାା କିନ୍ତୁ ଚଳିତ ସେମିଷ୍ଟରରେ ପୁଣି ଏହାର ପୁନରାବୃତ୍ତି ହୋଇଥିବାରୁ ପରୀକ୍ଷା ଦେବାକୁ ଛାତ୍ରୀଛାତ୍ର ମନା କରିବା ସହ ହଲଛାଡି ଦେଇଥିଲେ ା
ଏଥିସହ ପୁନଃ ନୂତନ ସିଲାବସରେ ପରୀକ୍ଷା କରିବାକୁ ଦାବି କରିବା ସହ ପରୀକ୍ଷା ନିୟନ୍ତ୍ରକ ଓ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ା ଅନ୍ୟପଟରେ ପ୍ରଶ୍ନପତ୍ରରେ ହୋଇଥିବା ତ୍ରୁଟି ଯାଞ୍ଚ ନେଇ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଥିବା ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ଦେବୀ ପ୍ରସନ୍ନ ପଟ୍ଟନାୟକ ସୂଚନା ଦେଇଛନ୍ତି ା କମିଟି ପରାମର୍ଶ କ୍ରମେ ନୂତନ ସିଲାବସ ଅନୁଯାୟୀ ଉକ୍ତ ବିଷୟ ପରୀକ୍ଷା ପାଇଁ ଅନ୍ୟ ଏକ ଦିନ ଧାର୍ଯ୍ୟ କରାଯିବାକୁ ସେ ସୂଚାଇଛନ୍ତି ା
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…
ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ
ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

