Posted inଭଦ୍ରକ

ଦ୍ୱିତୀୟ ସୋମବାର : ଆରଡ଼ିରେ ଜଳଲାଗି କଲେ ଲକ୍ଷାଧିକ କାଉଡ଼ିଆ

ଆରଡ଼ି,୨୯।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କଠାରେ ଶ୍ରାବଣ ମାସର ୨ୟ ସୋମବାରରେ ଲକ୍ଷାଧିକ କାଉଡ଼ିଆ ଜଳଲାଗି କରିଥିବା ଜଣାପଡ଼ିଛି। ସୀମିତ ସ୍ଥାନରେ ଏତେ ସଂଖ୍ୟକ କାଉଡ଼ିଆଙ୍କ ଉପସ୍ଥିତି ଜିଲା ପ୍ରଶାସନ, ପୋଲିସ ତଥା ମନ୍ଦିର ପ୍ରଶାସନର ମୁଣ୍ଡବ୍ୟଥାର କାରଣ ହୋଇଥିଲା । ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଭିଡ଼କୁ ଲକ୍ଷ୍ୟ କରି ରବିବାର ଅପରାହ୍ନ ୪ଟାରୁ କାଉଡ଼ିିଆମାନେ ଶ୍ରାବଣୀ ମହାଦେବଙ୍କ ମସ୍ତକରେ ଜଳଲାଗି କରିଥିଲେ । ପ୍ରାୟ ୭୦୦ ମିଟର ଦୂରରୁ କାଉଡ଼ିିଆମାନେ ଲମ୍ବା ଲାଇନ୍‌ରେ ଆସି ପାଣି ଢାଳିଥିଲେ । କେତେକ କାଉଡ଼ିଆ ଶୃଙ୍ଖଳା ରକ୍ଷା ନ କରି ବ୍ୟାରିକେଟ୍‌ ଭାଙ୍ଗିଥିବା ଦେଖିବାକୁ ମିଳିଥିଲା। ରବିବାର ରାତି ୩ଟା ଏବଂ ସୋମବାର ପୂର୍ବାହ୍ନରେ କେତେକ କାଉଡ଼ିଆ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିଥିଲେ। ସୋମବାର ଅପରାହ୍ନ ପର୍ଯ୍ୟନ୍ତ ଏହି ଜଳଲାଗି ପ୍ରକ୍ରିୟା ଚାଲୁ ରହିବାର ସମ୍ଭାବନା ଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି...

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri