ଦ୍ୱୈତନଗରୀରୁ ୫ ବ୍ରାଉନସୁଗାର ବେପାରୀ ଗିରଫ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟରେ ବ୍ରାଉନସୁଗାର ର଼୍ୟାକେଟକୁ ଧରିବାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌କୁ ସଫଳତା ମିଳିବା ପରେ କମିଶନରେଟ ପୋଲିସ ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ କରିଛି। କଟକ ଓ ଭୁବନେଶ୍ୱର ଦୈତନଗରୀର ୩ ଥାନାଞ୍ଚଳରେ ବୁଧବାର ପୋଲିସ ଓ କ୍ୟୁଏଟି ମିଳିତ ଚଢ଼ାଉ କରି ୭୪.୮ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ସଂପୃକ୍ତ ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୩ ବାଇକ, ୫ ମୋବଇଲ ଫୋନ୍‌ ଓ ୨୧୬୦ ଟଙ୍କା ଜବତ କରାଯାଇଛି।
ସୂଚନା ମୁତାବକ, ତମାଣ୍ଡୋ ଥାନା ଅନ୍ତର୍ଗତ ବେହେରା ଢାବା ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବାନେଇ ଖବର ମିଳିଥିଲା। କ୍ୟୁଏଟି ଓ ତମାଣ୍ଡୋ ଥାନା ପୋଲିସ ତୁରନ୍ତ ସେଠାରେ ଚଢାଉ କରି ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସେମାନେ ହେଲେ ଖଣ୍ଡଗିରି ଥାନାଞ୍ଚଳର ବିକ୍ରମ ମଲ୍ଲିକ ଓ ମଞ୍ଚେଶ୍ୱର ଥାନାଞ୍ଚଳର ଜୟଶଙ୍କର ପରିଡା। ସେମାନଙ୍କ ନିକଟରୁ ୨୧.୮୫୦ ଗ୍ରାମ ବ୍ରାଉନସୁଗାର, ୧୧୮୦ ଟଙ୍କା ଓ ୨ ମୋବାଇଲ ଜବତ କରିଥିଲା। ଏ ନେଇ ପୋଲିସ ୨୨/୨୦ରେ ମାମଲା ରୁଜୁ ହୋଇଛି। ସେହିପରି ଅନ୍ୟଏକ ଟିମ୍‌ ମଧ୍ୟାହ୍ନରେ ଇନଫୋସିଟି ଥାନା ଅଞ୍ଚଳରେ ଚଢାଉ କରି ଖୋର୍ଦ୍ଧା ସଦର ଥାନା ଅଞ୍ଚଳର ପ୍ରଦୀପ୍ତ କୁମାର ବଳିଆରସିଂଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୭ ଗ୍ରାମ ବ୍ରାଉନସୁଗାର, ୫ଶହ ଟଙ୍କା, ଗୋଟିଏ ମୋବାଇଲ ଫୋନ ଓ ଏକ ବାଇକ୍‌ ଜବତ କରିଥିଲା। ଏ ନେଇ ୧୩/୨୦ରେ ମାମଲା ରୁଜୁ ହୋଇଛି। ତୃତୀୟ ଘଟଣାକ୍ରମରେ କଟକ ଲାଲବାଗ ଥାନା ଅନ୍ତର୍ଗତ ଶୈଳବାଳା କଲେଜ ଅଞ୍ଚଳରେ କ୍ୟୁଏଟି ଓ ପୋଲିସ ଚଢଉ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୪୬ ଗ୍ରାମ ବ୍ରାଉନସୁଗାର , ୨ ମୋବାଇଲ ଫୋନ୍‌ ଓ ୨ ବାଇକ ଜବତ କରିଥିଲା। ଗିରଫ ଅଭିଯୁକ୍ତମାନେ ହେଲେ ବାଲେଶ୍ୱର ସିମୁଳିଆ ଅଞ୍ଚଳର ଯଦୁବକ୍ର ଶାହା ଓ ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଶେଖ ଜାମସେଦ। ଏ ନେଇ ପୋଲିସ ୨୨/୧୦ରେ ମାମଲା ରୁଜୁ ହୋଇଥିବାବେଳେ ସମସ୍ତ ୩ ମାମଲାରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ୫ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri