ଦୟା କେନାଲକୁ ନେତା, ଅଫିସର ମାଡ଼ି ବସିଛନ୍ତି: ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଦୟା ଓ୍ବେଷ୍ଟ ଶାଖା କେନାଲ ଭୁବନେଶ୍ୱର ଓ ଜଟଣୀ ବ୍ଲକର ୨,୪୧୭ ହେକ୍ଟରକୁ ଜଳ ଯୋଗାଇ ଦେବା ଲାଗି ନିର୍ମାଣ କରାଯାଇଥିଲା। କିନ୍ତୁ ଇତି ମଧ୍ୟରେ ସହରୀକରଣ ଯୋଗୁ ବର୍ତ୍ତମାନ ପ୍ରାୟ ୧୩୫୦ ହେକ୍ଟରକୁ ଜଳସେଚନ ଯୋଗାଇ ଦିଆଯାଉଛି। ବୈଷୟିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଦୟା ଓ୍ବେଷ୍ଟ କେନାଲର ସୁଆଙ୍ଗ ଅଞ୍ଚଳରେ ଲାଇନିଂ କାମ କରାଯାଉଛି। ଏହି କେନାଲର ଅଧିକାଂଶ ଅଞ୍ଚଳ ସହର ମଧ୍ୟରେ ଥିବାରୁ ଏହାର ବାମ ପାର୍ଶ୍ୱରେ ୧୩.୧୨୬ କିମି ଓ ଡାହାଣ ପାର୍ଶ୍ୱରେ ୨୩.୧୫୨ କିମି ରାସ୍ତାକୁ ପୂର୍ତ୍ତ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରାଯାଇ ଉନ୍ନତୀକରଣ କରାଯାଉଛି। ରାଜ୍ୟର ଜଳସେଚନ ବିଭାଗ ଅଧୀନରେ ପ୍ରାୟ ୧୭,୩୮୮ କିମି କେନାଲ ଓ ନଦୀବନ୍ଧ ରହିଛି। ରାସ୍ତାର ଅବସ୍ଥା, ଗୁରୁତ୍ୱ ଓ ବଜେଟ ବ୍ୟୟବରାଦକୁ ଦୃଷ୍ଟିରେ ରଖି ଉନ୍ନତୀକରଣ କରାଯାଉଛି। ଗୁରୁବାର ପ୍ରଶ୍ନୋତ୍ତର ବେଳେ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଏହି ସୂଚନା ଦେଇଛନ୍ତି।

ମୂଳ ପ୍ରଶ୍ନକର୍ତ୍ତା କଂଗ୍ରେସ ସଭ୍ୟ ସୁରେଶ କୁମାର ରାଉତରାୟ ଅଭିଯୋଗ କରିଥିଲେ ଆଇଏଏସ୍‌ ଅଫିସର, ଶିଳ୍ପପତି, ନେତା, ବ୍ୟବସାୟୀ କେନାଲ ଚାରିକଡ଼କୁ ବେଆଇନ ଭାବେ ମାଡ଼ି ବସିଲେଣି। ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ମନ୍ତ୍ରୀ କହିଥିଲେ ଯେ, ଏହା ଅନୁସନ୍ଧାନ ସାପେକ୍ଷ। ଦୟା କେନାଲ ଉଭୟପାର୍ଶ୍ୱକୁ କଂକ୍ରିଟ କରାଯାଉଛି। ମହାରଥୀଙ୍କ ପ୍ରସ୍ତାବାନୁଯାୟୀ ଉକ୍ତ ଅଞ୍ଚଳକୁ ପରିଦର୍ଶନରେ ଯିବାକୁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri