ଧକ୍କା ଦେଇ ପଳାଇଲା ଅଜଣା ଗାଡ଼ି: ମା’ ମୃତ, ଶିଶୁକନ୍ୟାଙ୍କ ଗୋଡ଼ ଭାଙ୍ଗିଲା

ଜଗନ୍ନାଥପ୍ରସାଦ, ୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସମ୍ମୁଖରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଲୁନାରେ ଯାଉଥିବା ମା’ଙ୍କ ମୃତ୍ୟୁ ଘଟିଥିବା ବେଳେ ଶିଶୁକନ୍ୟା ଆହତ ହୋଇଛନ୍ତି। ମୃତ ମହିଳା ହେଲେ କାଦୁଆ ଡାଳଖାଇ ଋଷି ନାଇକଙ୍କ ସ୍ତ୍ରୀ ଝୁନୁ କୁମାରୀ ନାଇକ(୨୩)। ଗୁରୁବାର ମୃତଦେହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇ ଦିଆଯାଇଛି। ସେହିଭଳି ଶିଶୁକନ୍ୟାଙ୍କ ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି। ଏନେଇ ଲୁନା ଚାଳକ ସନ୍ତୋଷ ସେଠୀ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପ୍ରକାରେ ମାମଲା(ନଂ-୨୨୧/୧୯) ଦଫା ୨୭୧/୩୩୭/୩୩୮ ରୁଜୁ କରି ପୋଲିସ ତଦନ୍ତ କରୁଛି।

ସନ୍ତୋଷଙ୍କ ଅଭିଯୋଗ ପ୍ରକାରେ, ସେ ନିଜ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ସମୟରେ ଝୁନୁ ଶିଶୁକନ୍ୟାଙ୍କୁ ଧରି ପହଞ୍ଚିଥିଲେ। ପରେ ତାଙ୍କୁ ଛାମୁଣ୍ଡା ଗ୍ରାମରେ ପହଞ୍ଚାଇ ଦେବାକୁ ଅନୁରୋଧ କରିଥିଲେ। ସନ୍ତୋଷ ନିଜ ଲୁନାରେ ସେମାନଙ୍କୁ ବସାଇ ନରେନ୍ଦ୍ରପୁର ଗ୍ରାମରୁ ଛାମୁଣ୍ଡା ଯାଉଥିବା ବାଟରେ ଉକ୍ତ ଫାର୍ମ ନିକଟରେ ଏକ ଅଜଣା ଗାଡ଼ି ଧକ୍କା ଦେଇ ପଳାଇଥିଲା। ପୋଲିସର ପାଟ୍ରୋଲିଂ ଗାଡ଼ି ଆହତ ଅବସ୍ଥାରେ ୩ଜଣଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଝୁନୁଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ସେହିଭଳି କୁନି ଝିଅର ଗୋଡ଼ ଭାଙ୍ଗିଥିବାରୁ ତାକୁ ଭଞ୍ଜନଗର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri