ଧକ୍କା ଦେଇ ପଳାଇଲା ଅଜଣା ଗାଡ଼ି: ମା’ ମୃତ, ଶିଶୁକନ୍ୟାଙ୍କ ଗୋଡ଼ ଭାଙ୍ଗିଲା

ଜଗନ୍ନାଥପ୍ରସାଦ, ୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସମ୍ମୁଖରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଲୁନାରେ ଯାଉଥିବା ମା’ଙ୍କ ମୃତ୍ୟୁ ଘଟିଥିବା ବେଳେ ଶିଶୁକନ୍ୟା ଆହତ ହୋଇଛନ୍ତି। ମୃତ ମହିଳା ହେଲେ କାଦୁଆ ଡାଳଖାଇ ଋଷି ନାଇକଙ୍କ ସ୍ତ୍ରୀ ଝୁନୁ କୁମାରୀ ନାଇକ(୨୩)। ଗୁରୁବାର ମୃତଦେହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇ ଦିଆଯାଇଛି। ସେହିଭଳି ଶିଶୁକନ୍ୟାଙ୍କ ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି। ଏନେଇ ଲୁନା ଚାଳକ ସନ୍ତୋଷ ସେଠୀ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପ୍ରକାରେ ମାମଲା(ନଂ-୨୨୧/୧୯) ଦଫା ୨୭୧/୩୩୭/୩୩୮ ରୁଜୁ କରି ପୋଲିସ ତଦନ୍ତ କରୁଛି।

ସନ୍ତୋଷଙ୍କ ଅଭିଯୋଗ ପ୍ରକାରେ, ସେ ନିଜ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ସମୟରେ ଝୁନୁ ଶିଶୁକନ୍ୟାଙ୍କୁ ଧରି ପହଞ୍ଚିଥିଲେ। ପରେ ତାଙ୍କୁ ଛାମୁଣ୍ଡା ଗ୍ରାମରେ ପହଞ୍ଚାଇ ଦେବାକୁ ଅନୁରୋଧ କରିଥିଲେ। ସନ୍ତୋଷ ନିଜ ଲୁନାରେ ସେମାନଙ୍କୁ ବସାଇ ନରେନ୍ଦ୍ରପୁର ଗ୍ରାମରୁ ଛାମୁଣ୍ଡା ଯାଉଥିବା ବାଟରେ ଉକ୍ତ ଫାର୍ମ ନିକଟରେ ଏକ ଅଜଣା ଗାଡ଼ି ଧକ୍କା ଦେଇ ପଳାଇଥିଲା। ପୋଲିସର ପାଟ୍ରୋଲିଂ ଗାଡ଼ି ଆହତ ଅବସ୍ଥାରେ ୩ଜଣଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଝୁନୁଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ସେହିଭଳି କୁନି ଝିଅର ଗୋଡ଼ ଭାଙ୍ଗିଥିବାରୁ ତାକୁ ଭଞ୍ଜନଗର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri