ଧନଞ୍ଜୟଙ୍କ ରାଜ୍ୟାଭିଷେକ

କେନ୍ଦୁଝର, ୧୮ା୧୨(ଡି.ଏନ୍‌.ଏ.)-ପିତା ଅନନ୍ତ ନାରାୟଣ ଭଞ୍ଜଦେଓଙ୍କ ପରଲୋକ ପରେ କେନ୍ଦୁଝରର ୪୯ତମ ନୂତନ ରାଜା ଭାବେ ଅଭିଷେକ ହୋଇଥିବା ଧନଞ୍ଜୟ ନାରାୟଣ ଭଞ୍ଜଦେଓ ସୋମବାର ଠାକୁରଙ୍କୁ ଦର୍ଶନ କରିବା ସହ ଅଭିଷେକ ଶୋଭାଯାତ୍ରା କରିଛନ୍ତି। କେନ୍ଦୁଝର ପୁରୁଣା ରାଜବାଟୀଠାରେ ପୂଜା ପାଉଥିବା ମା’ ଗଡତାରିଣୀଙ୍କ ମନ୍ଦିରରୁ ଆଜ୍ଞାମାଳ ନେଇ ଛତ୍ର, ଚାମର, କାହାଳି ଓ ଅନ୍ୟାନ୍ୟ ପାରମ୍ପରିକ ଶୋଭାଯାତ୍ରାରେ ଏକ ଅଶ୍ୱରେ ବସି ସହର ପରିକ୍ରମା କରିଥିଲେ। ଏହାପରେ ସେ କେନ୍ଦୁଝରର ରାଷ୍ଟ୍ରଦେବତା ବଳଦେବଜୀଉଙ୍କ ମନ୍ଦିରକୁ ଯାଇ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିବା ସହ ଅନ୍ୟ ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିଥିଲେ। କେନ୍ଦୁଝରର ରାଜାଙ୍କ ସହିତ ଛୋଟରାୟ ଜନ୍ମେଜୟ ନାରାୟଣ ଭଞ୍ଜଦେଓ, ରାଜ ପୁରୋହିତ ପ୍ରଶନ୍ନ କୁମାର ନନ୍ଦ, ରାଜ କର୍ମଚାରୀ ଓ ସହରର ଜନସାଧାରଣ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ମା’ ଗଡତାରିଣୀ ମନ୍ଦିରର ବରିଷ୍ଠ ପୂଜକ କାଳନ୍ଦୀ ଚରଣ ଦେହୁରୀ ତାରିଣୀଙ୍କ ଛତ୍ର ଧରିଥିବାବେଳେ ଅନ୍ୟତମ ଦେହୁରୀ ଶିବାନନ୍ଦ ଦେହୁରୀ ଚାମର ସେବା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri