ଧନୀଙ୍କଠୁ ଆଦାୟ ହେବ ସରଚାର୍ଜ

ବଜେଟ ୨୦୧୯ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସଚ୍ଚୋଟ ଟିକସଦାତାଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ ଦେଶର ଦାୟିତ୍ୱସମ୍ପନ୍ନ ନାଗରିକ ରୂପେ ଦେଶର ବିକାଶରେ ମୂଲ୍ୟବାନ ଯୋଗଦାନ ଦେଉଛନ୍ତି। ସେମାନଙ୍କ ଯୋଗୁ ଦେଶର ବିକାଶ ଚତୁର୍ମୁଖୀ ହେଉଛି। ତେବେ ଧନିକ ଶ୍ରେଣୀଙ୍କୁ ମୋଦି ସରକାର ଝଟକା ଦେଇଛନ୍ତି। ଏବେ ୨ରୁ ୫ କୋଟି ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ୩% ଏବଂ ୫ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଆୟ ଉପରେ ୭% ଅତିରିକ୍ତ ସରଚାର୍ଜ ଦେବାକୁ ହେବ। ଏହାଛଡ଼ା ବ୍ୟାଙ୍କରୁ ଗୋଟିଏ ବର୍ଷରେ ୧ କୋଟି ଟଙ୍କାରୁ ଅଧିକ ନଗଦ ରାଶି କାଢ଼ିବା କ୍ଷେତ୍ରରେ ଏହା ଉପରେ ୨% ଟିଡିଏସ୍‌ ଆଦାୟ କରାଯିବ। ଏହାର ଅର୍ଥ ବାର୍ଷିକ ୧ କୋଟି ଟଙ୍କା କାଢ଼ିବା ମାତ୍ରେ ଟିକସଦାତାଙ୍କ ଠାରୁ ୨ ଲକ୍ଷ ଟଙ୍କା କାଟି ନିଆଯିବ। ତେବେ ଅନ୍ତରୀଣ ବଜେଟରେ ଦିଆଯାଇଥିବା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟିକସ ଛାଡ଼ ବଳବତ୍ତର ରହିଛି। ସେହିପରି ୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଆୟ ଉପରେ ଟିକସ ବ୍ୟବସ୍ଥା ଅପରିବର୍ତ୍ତିତ ରହିଛି। ତେବେ ଘର କିମ୍ବା ଇ-ଯାନ କିଣିବା କ୍ଷେତ୍ରରେ ଟିକସଦାତାଙ୍କୁ ଅତିରିକ୍ତ ଟିକସ ଛାଡ଼ ସୁବିଧା ମିଳିବ। ଇ-ଗାଡ଼ି କିଣିବା କ୍ଷେତ୍ରରେ ଋଣ ଉପରେ ଲାଗୁ ଥିବା ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁଧ ଉପରେ ଅତିରିକ୍ତ ଆୟକର ଛାଡ଼ ମିଳିବ। ପୂର୍ବରୁ ଏହା ଉପରେ ୨ ଲକ୍ଷ ଟଙ୍କାର ଛାଡ଼ ମିଳୁଛି। ଫଳରେ ଟିକସଦାତାଙ୍କୁ ମୋଟରେ ୩.୫ ଲକ୍ଷ ଟଙ୍କାର ଟିକସ ଛାଡ଼ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri