ଧନ୍ଦାମୂଳକ ତାଲିମ ନେବେ ଭିକାରି

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବିଭିନ୍ନ ଦେବାଳୟ ସମ୍ମୁଖରେ ଭିକ୍ଷାବୃତ୍ତି କରୁଥିବା ବ୍ୟକ୍ତିମାନଙ୍କୁ ଥଇଥାନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଭିକାରିମାନଙ୍କୁ ଧନ୍ଦାମୂଳକ ତାଲିମ ଦିଆଯିବ। ସେମାନେ କିପରି ସ୍ବାଭିମାନର ସହ ବଞ୍ଚିପାରିବେ ସେ ନେଇ ବ୍ୟବସ୍ଥା ହେବ। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ଓ ପୁରୀରେ ଧନ୍ଦାମୂଳକ ତାଲିମ କେନ୍ଦ୍ର ସ୍ଥାପନ କରାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଭିକାରିମାନଙ୍କୁ ତାଲିମ ଦିଆଯିବା ବ୍ୟବସ୍ଥା କରାଯିବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି ଯେ, ରାଜ୍ୟ ସରକାର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ବିକାଶମୂଳକ କାର୍ଯ୍ୟ ହାତକୁ ନେଇଛନ୍ତି। ଏହି ଦୁଇଟି ବୃହତ୍‌ ପର୍ଯ୍ୟଟନସ୍ଥଳକୁ ବହୁସଂଖ୍ୟାରେ ପର୍ଯ୍ୟଟକ ଆସିଥାନ୍ତି। ତେଣୁ ଏହି ଦୁଇ ସ୍ଥାନର ଭିକାରିମାନଙ୍କୁ ଖୁବ୍‌ଶୀଘ୍ର ଥଇଥାନ କରାଯିବ। ରାଜ୍ୟର ବିିଭିନ୍ନ ଦେବାଳୟ, ଟ୍ରାଫିକ, ରେଳଷ୍ଟେଶନ ଆଦି ସ୍ଥାନରେ ଭିକ୍ଷାବୃତ୍ତି କରୁଥିବା ଲୋକମାନଙ୍କୁ ପର୍ଯ୍ୟାୟ କ୍ରମେ ଥଇଥାନ କରାଯିବ। ସେ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri