ଧବଳେଶ୍ୱର ପୀଠରେ ମାତିଲେ ମହିଳା ଲୁଟେରା : ୪ ସୁନାଚେନ ଲୁଟ୍‌, ଜଣେ ଅଟକ

ଖୁଣ୍ଟୁଣୀ,୨୮।୧୦(ଡି.ଏନ.ଏ.)- କାର୍ତ୍ତିକ ମାସର ତୃତୀୟ ପାଳିର ସୋମବାରରେ ଧବଳେଶ୍ୱରଙ୍କ ପୀଠରେ ପୂର୍ବ ଅପେକ୍ଷା ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ପରିଲକ୍ଷିତ ହୋଇଛି। ପ୍ରାୟ ୧୮ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆସିଥିବା ଦେବୋତ୍ତର ସୁପରଭାଇଜର କରୁଣାକର ବେହେରା କହିଛନ୍ତି। କିନ୍ତୁ ଏହି ଭିଡ଼ ମଧ୍ୟରେ କେତେକ ମହିଳା ଲୁଟ୍‌ କରିବାକୁ ପଛାଇ ନାହାନ୍ତି। ଭିଡ ସ୍ଥାନରେ ସିସିଟିଭି କ୍ୟାମେରା ଲାଗିଥିଲେ ମଧ୍ୟ ୪ଜଣ ମହିଳାଙ୍କ ଠାରୁ ସୁନାଚେନ ଲୁଟ ହୋଇଯାଇଛି। ପୋଲିସ ସିସିଟିଭି ଯାଞ୍ଚ କରିବା ପରେ ଜଣେ ମହିଳାଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଛି। ସୂଚନା ମୁତାବକ, ଠାକୁରଙ୍କ ଦର୍ଶନ ପାଇଁ ଦୂରଦୂରାନ୍ତରରୁ ଭକ୍ତ ଆସି ରାତି ୪ଟାରୁ ଅପେକ୍ଷା କରିଥାନ୍ତି। କିନ୍ତୁ ସାଢ଼େ ୮ଟାରୁ ୧୦ଟା ମଧ୍ୟରେ ଭିଡ ଏତେମାତ୍ରାରେ ବଢ଼ିଯାଇଥିଲା ଯେ ଗୁରୁଡିଝାଟିଆ ଥାନା ଅଧିକାରୀ ବିଜୟ କେତନ ବିସି, ଚୌଦ୍ୱାର ଏସ୍‌ଡିପିଓ ପ୍ରଶାନ୍ତ କୁମାର ମଲ୍ଲ ଓ ୧ ପ୍ଲାଟୁନ ର୍ଫୋସ ଏହାକୁ ନିୟନ୍ତ୍ରଣ କରିବାକୁ ନାକେଦମ ହୋଇଥିଲେ। ଏହି ଭିଡ଼ବେଳେ ଭୋଗ ମଣ୍ଡପ ପାଖରୁ କେନ୍ଦ୍ରାପଡ଼ା ଜିଲା ନିକିରେଇ ଗ୍ରାମର ମଧୁସ୍ମିତା ସାହୁ, ବଡମୁଣ୍ଡୁଳି ଗ୍ରାମର ନଳିନୀ ପ୍ରଭ ଦାସ, ବଡ଼ଚଣାର ଚପଳା ବିଶ୍ୱାଳ ଓ ଛତିଆର ସୁଜାତା ମଲ୍ଲିକଙ୍କଠାରୁ ୪ଟି ସୁନାହାର ଓ ଚେନ ଲୁଟି ନେଇଯାଇଥିଲେ। ପରେ ସେମାନେ ସ୍ଥାନୀୟ ଥାନାରେ ଅଭିଯୋଗ କରିବା ପରେ ପୋଲିସ କେଶ ନଂ. ୧୦୫/୧୯ରେ ରୁଜୁ କରି ସିସିଟିଭି ଯାଞ୍ଚ କରିଥିଲେ। ଏଥିରେ ଜଣେ ମହିଳାଙ୍କ ଲୁଟ କରୁଥିବା ଜାଣି ଅଟକ ରଖିଥବା ବେଳେ ତାଙ୍କଠାରୁ ନଗଦ ଟଙ୍କା ଜବତ କରିଛି। ତାଙ୍କ ସହ ଆଉ ୪ଜଣ ମହିଳା ଥିବା ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri