ଧରମ୍‌ପାଲ୍‌ ଗୁଲାଟିଙ୍କୁ ‘କିସ୍‌ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ସମ୍ମାନ’

ଭୁବନେଶ୍ୱର, ୨୯।୯(ବ୍ୟୁରୋ): କିସ୍‌ ପକ୍ଷରୁ ‘କିସ୍‌: ଗାନ୍ଧୀ ଦର୍ଶନର ବାସ୍ତବ ପ୍ରତିଫଳନ’ ଶୀର୍ଷକ ଦିନିକିଆ ଆଲୋଚନାଚକ୍ର, ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଶନିବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁ ନନ୍ଦନ ଦାସ, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ତଥା ପର୍ଯ୍ୟଟନ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ପ୍ରଫେସର ଶାନ୍ତନୁ ଆଚାର୍ଯ୍ୟ, ଶିଶୁ ସାହିତି୍ୟକ ଦାସ ବେନହୂର, ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ, କିସ୍‌ ଓ କିଟ୍‌ ସଭାପତି ଶାଶ୍ୱତୀ ବଳ, ଉପସଭାପତି ଉମାପଦ ବୋଷ ପ୍ରମୁଖ ଯୋଗଦେଇଥିଲେ। ଗାନ୍ଧିଜୀ ସର୍ବଦା କହିଥିଲେ, ସମାଜର ଅବହେଳିତଙ୍କ ଉନ୍ନତି ନିମନ୍ତେ ଶିକ୍ଷା ହିଁ ମୁଖ୍ୟ ଆୟୁଧ, ଯାହା କିସ୍‌ରେ ଆଜି ପ୍ରତିଫଳିତ ହୋଇଛି ବୋଲି ବକ୍ତାମାନେ କହିଥିଲେ। ଏହି ଅବସରରେ ଏମ୍‌ଡିଏଚ୍‌ କମ୍ପାନୀର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ପଦ୍ମଭୂଷଣ ମହାଶୟ ଧରମପାଲ୍‌ ଗୁଲାଟିଙ୍କୁ କିସ୍‌ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ସମ୍ମାନ ପ୍ରଦାନ କରାଯାଇଥିଲା। ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ କିସ୍‌ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ହରେକୃଷ୍ଣ ଶତପଥୀ ସଭା ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ଅନୁଭବ ମହାନ୍ତିଙ୍କ ସମେତ ସମାଜର ବିଭିନ୍ନ ବର୍ଗର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?